ଓଡିଶା

odisha

ETV Bharat / state

Finance Ministers in Odisha: ଭୁବନେଶ୍ବରରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ - ଓଡିଶାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତାକାଲି(ଗୁରୁବାର) ସକାଳୁ ପ୍ରଥମେ ପୁରୀ ଯାଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିବେ । ପରେ ବେଳାଭୂମିରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ବାରା ନିର୍ମିତ ‘ମେରୀ ମାଟି ମେରା ଦେଶ’ ବିଷୟବସ୍ତୁ ଉପରେ ନିର୍ମିତ ବାଲୁକା କଳାକୃତି ପରିଦର୍ଶନ କରିବେ । ଅଧିକ ପଢନ୍ତୁ

ଭୁବନେଶ୍ବରରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
ଭୁବନେଶ୍ବରଭୁବନେଶ୍ବରରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

By

Published : Aug 16, 2023, 10:05 PM IST

ଭୁବନେଶ୍ବର: ଦୁଇ ଦିନିଆ ଓଡିସା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଅର୍ଥମନ୍ତ୍ରୀ ଦୁଇ ଦିନିଆ ଗସ୍ତ ଅବସରେ ଏକାଧିକ କାର୍ଯ୍ୟକ୍ରମରେ ସାମିଲ ହେବେ । ଅର୍ଥମନ୍ତ୍ରୀଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସିଛନ୍ତି ଓଡିଶା ଗସ୍ତରେ । ଉଭୟ କେନ୍ଦ୍ରମନ୍ତ୍ରୀଙ୍କୁ ଭୁବନେଶ୍ବର ବିମାନ ବନ୍ଦରରେ ରାଜ୍ୟ ବିଜେପି ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ ଦିଆଯାଇଛି ।

ଏହା ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସିଧା ଦଳୀୟ କାର୍ଯ୍ୟାଳୟକୁ ଯାଇଥିଲେ । ସେଠାରେ ଦଳ ପକ୍ଷରୁ ଆୟୋଜିତ କଟକର ପ୍ରଥମ ମେୟର ତଥା ପୂର୍ବତନ ବିଧାୟିକା ଦିବଂଗତ ନିବେଦିତା ପ୍ରଧାନଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଇଥିଲେ । କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟ ବିଜେପି ବ୍ୟାପକ ବ୍ୟାପକ ବ୍ୟବସ୍ଥା କରିଛି ।

ଏହାବି ପଢନ୍ତୁ- ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତାକାଲି(ଗୁରୁବାର) ସକାଳୁ ପ୍ରଥମେ ପୁରୀ ଯାଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିବେ । ପରେ ବେଳାଭୂମିରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ବାରା ନିର୍ମିତ ‘ମେରୀ ମାଟି ମେରା ଦେଶ’ ବିଷୟବସ୍ତୁ ଉପରେ ନିର୍ମିତ ବାଲୁକା କଳାକୃତି ପରିଦର୍ଶନ କରିବେ । ପରେ ସକାଳ ସକାଳ ୯ ଟାରେ ଉଭୟ ମନ୍ତ୍ରୀ ପେଣ୍ଠକଟା ନିକଟସ୍ଥ କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟ ଶ୍ରୀଶଦାଶିବ କ୍ୟାମ୍ପସ ପରିସରରେ ‘ମେରୀ ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ବୃକ୍ଷରୋପଣ କରିବା ସହିତ ପଞ୍ଚ ପ୍ରାଣ ଶପଥ ଗ୍ରହଣ କରିବେ ।

ସେହିପରି କେନ୍ଦ୍ର ଅର୍ଥମନ୍ତ୍ରୀ ପୂର୍ବାହ୍ନ ସାଢେ ଦଶଟାରେ ପୁରୀ ବୀରହରେକୃଷ୍ଣପୁର ସ୍ଥିତ ମହାନ ସ୍ବାଧୀନତା ସଂଗ୍ରାମୀ ଶହୀଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ । ସେଠାରୁ ଅମୃତ କଳା ଯାତ୍ରାର ଶୁଭାରମ୍ଭ କରିବେ। ଏହାପରେ ଭୁବନେଶ୍ବର ଫେରି ଆସି ହୋଟେଲ ମେ’ ଫେୟାରରେ ଦୁଇଟି ପୁସ୍ତକ ଉନ୍ମୋଚନ କରିବେ । ପରେ ଅପରାହ୍ଣ ୫ଟାରେ ସୋଆ ବିଶ୍ବବିଦ୍ୟାଳୟ ସଭାଗୃହ ଠାରେ ବିଂଶତମ ଜାତୀୟ ଚାର୍ଟାର୍ଡ ଏକାଉଣ୍ଟାଣ୍ଟ ସମ୍ମିଳନୀକୁ ଉଦଘାଟନ କରିବେ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details