ଭୁବନେଶ୍ବର: ଯାଜପୁର କୋରେଇରେ ଟ୍ରେନ ଦୁର୍ଘଟଣା ଘଟଣା । ଭାରସାମ୍ୟ ହରାଇ ମାଲବାହୀ ଟ୍ରେନ ଷ୍ଟେସନ ମଧ୍ୟକୁ ପଶିଯିବାରୁ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି । ସେହିପରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରି ଶୋକସନ୍ତପ୍ତ ପରିବାରୁ ସମବେଦନା ଜଣାଇଛନ୍ତି ।
ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ କରି ଲେଖିଛନ୍ତି, ''ଯାଜପୁର ଜିଲ୍ଲା କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ ହୋଇ ଲୋକଙ୍କ ପ୍ରାଣହାନୀ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଆହତଙ୍କ ଆଶୁଆରୋଗ୍ୟ କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ।