ଓଡିଶା

odisha

ଚିଲିକାରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

By

Published : Jan 22, 2020, 11:24 AM IST

ଚିଲିକା କୂଳରେ ନିଖୋଜ ଯୁବକର ମୃତଦେହ ଉଦ୍ଧାର । ଘଟଣାସ୍ଥଳରେ ବାଲୁଗାଁ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

unknown-deadbody-rescue-in-chilika-lake
ଚିଲିକା କୂଳରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧା: ନିଖୋଜ ଯୁବକର ମୃତଦେହ ଉଦ୍ଧାର । ବାଲୁଗାଁ ଚିଲିକା କୂଳ ଜେଟିରେ ନିଖୋଜ ଯୁବକଙ୍କ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଥିଲା । ଘଟଣାସ୍ଥଳରେ ବାଲୁଗାଁ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଚିଲିକା କୂଳରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ସୂଚନା ଅନୁଯାୟୀ ବାଣପୁର ବ୍ଲକ ପାରିକୁଦଥାନା ଅନ୍ତର୍ଗତ ବିଷ୍ଣୁଡିହ ଗ୍ରାମର 22 ବର୍ଷିୟ ସୁକେଶ ସାହୁ 22 ବୋଲି ଜଣାପଡିଛି । ଗତ ୨୦ ତାରିଖରୁ ଯୁବକ ଜଣକ ନିଖୋଜ ରହିଥିବାବେଳେ ପରିବାର ତରଫରୁ ଗତକାଲି ପୋଲିସ ଥାନାରେ ଏକ ଲିଖିତ ଅଭିଯୋଗ କରାଯାଇଥିଲା । ଯୁବକ ଜଣକ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ଚିଲିକାରେ ଫିଙ୍ଗି ଦେଇଛି ତାହା ପୋଲିସର ତଦନ୍ତ ପରେ ସ୍ପଷ୍ଟ ହେବ ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ABOUT THE AUTHOR

...view details