ଖୋର୍ଦ୍ଧା:ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖୋର୍ଦ୍ଧା କ୍ଷୁଦ୍ର ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କ ସରକାରୀ କାର୍ଯ୍ୟାଳୟରେ ଭିଜିଲାନ୍ସ ରେଡ୍ କରିଛି । ନିର୍ବାହୀ ଯନ୍ତ୍ରୀ ମନୋଜ କୁମାର ଦାସଙ୍କ ସରକାରୀ କାର୍ଯ୍ୟାଳୟ ସମେତ ୭ଟି ସ୍ଥାନରେ ଏକକାଳୀନ ରେଡ କରିଛି ଭିଜିଲାନ୍ସ ବିଭାଗ ।
ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ ଏହା ମଧ୍ୟ ପଢନ୍ତୁ-ପ୍ରେମିକାର ଲାଗିଥିଲା ଅନ୍ୟତ୍ର ବାହାଘର, ସହିନପାରି ଆତ୍ମହତ୍ୟା କଲେ ପ୍ରେମୀଯୁଗଳ
ଆଜି ସକାଳୁ ସକାଳୁ ଭିଜିଲାନ୍ସ ପକ୍ଷରୁ ନିର୍ବାହୀ ଯନ୍ତ୍ରୀଙ୍କ ସରକାରୀ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢାଉ କରାଯାଉଛି । ଭିଜିଲାନ୍ସ ଇନ୍ସପେକ୍ଟର ମମିତା ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ୍ ଚଢାଉ କରି ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ସମସ୍ତ ଗୁରୁତ୍ୱପୂର୍ଣ୍ଣ ଫାଇଲ ଯାଞ୍ଚ କରୁଛି । ଏହି ରେଡ଼ରେ ଭୁବନେଶ୍ୱର ଓ ଖୋର୍ଦ୍ଧା ଭିଜିଲାନ୍ସ କାର୍ଯ୍ୟାଳୟର କର୍ମଚାରୀ ସାମିଲ ଅଛନ୍ତି । ବର୍ତ୍ତମାନ ରେଡ୍ ଜାରି ରହିଥିବା ବେଳେ କେତେ ସମ୍ପତ୍ତି ଠାବ ହୋଇଛି ସେନେଇ କିଛି ସୂଚନା ହସ୍ତଗତ ହୋଇନାହିଁ । ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି ।
ଇଟିଭି ଭାରତ, ଖୋର୍ଦ୍ଧା