ଓଡିଶା

odisha

ETV Bharat / state

ଆହୁରି ୨ ଦିନ ପ୍ରବଳ ବର୍ଷିବ, ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ - ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା

ପଶ୍ଚିମା ଝଡ଼ ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଧିକ ପଢ଼ନ୍ତୁ

heavy rainfall expected in odisha
ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା

By

Published : Mar 31, 2023, 9:34 PM IST

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା

ଭୁବନେଶ୍ବର:ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଏବଂ ଉତ୍ତର ଓଡ଼ିଶାରେ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ହେଉଛି । ଆଜି ରାଜଧାନୀରେ ପ୍ରବଳ ଘଡ଼ଘଡ଼ି ବର୍ଷା ହୋଇଛି । ତେବେ ଆହୁରି ଦୁଇ ରାଜ୍ୟରେ ବର୍ଷା ଜାରି ରହିବା ନେଇ ସତର୍କ ଜାରି ହୋଇଛି । ଆସନ୍ତାକାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ପବନ ନେଇ ଅଧା ଓଡ଼ିଶାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ସବୁ ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ନୟାଗଡ ଏବଂ ଖୋର୍ଦ୍ଧା ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ଆକଳନ କରାଯାଇଛି । ଏଥିସହ ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଯାଜପୁର, କଟକ, ଢେଙ୍କାନାଳରେ ୭ରୁ ୧୧ ମିମି ବର୍ଷା ହେବା ସମ୍ଭାବନା ରହଛି ।

ଆସନ୍ତା ୨ ତାରିଖ ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ପ୍ରଚଣ୍ଡ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ନେଇ ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ୧୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨ ତାରିଖ ପରଠାରୁ କୌଣସି ଜିଲ୍ଲାକୁ ସତର୍କତା ଜାରି କରାଯାଇନଥିବା ବେଳେ ସେହିଦିନ ରାତିରେ ପୁଣି ଏକ ପଶ୍ଚିମା ଝଡ ସକ୍ରିୟ ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ପୁଣି ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ପ୍ରଭାବିତ ହେବାର ଅଧିକ ସମ୍ଭାବନା ରହିଛି । ସେପଟେ କାଳବୈଶାଖୀର ମୁକାବିଲା ନେଇ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି । ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।


ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଏଚ୍.ଆର ବିଶ୍ବାସ କହିଛନ୍ତି," ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ରହିଥିବା ବେଳେ ବଙ୍ଗୋସାଗର ଆଡୁ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବାହିତ ହେଉଛି । ଯାହା ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଗତ ୨୪ ଘଣ୍ଟାରେ ଦକ୍ଷିଣ ଓଡିଶା ଓ ଉତ୍ତର ଓଡିଶାର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି । ଯାଜପୁରରେ ସର୍ବାଧିକ ୬୦.୦୦ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ସୋନପୁରରେ ସର୍ବାଧିକ ତାପମାତ୍ରା ୩୮.୭ ଡିଗ୍ରୀ ରେକର୍ଡ କରାଯାଇଛି ।"

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details