ଭୁବନେଶ୍ବର: ଲଘୁଚାପର ରୂପ ନେଇଛି ଘୂର୍ଣ୍ଣିବଳୟ । ସକ୍ରିୟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ଆଜି(ଶୁକ୍ରବାର) ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକ ହେଲେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ । ଏହିସବୁ ଜିଲ୍ଲା ଗୁଡିକରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ରାଜ୍ୟର ଅନ୍ୟ ଜିଲ୍ଲା ଗୁଡିକରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ କରାଯାଇଛି ।
ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର-ଓଡିଶା ତତ୍ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି । ଏହା ଆଗାମୀ ୨ରୁ ୩ ଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା ଓ ଛତିଶଗଡ ମୁହାଁ ହେବାର ସମ୍ଭାବନା ଅଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ଓ ବିସ୍ତୃତି ବଢିଛି । ଆଜି ସକାଳ ସାଢେ ୮ଟା ସୁଦ୍ଧା ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ହୋଇଛି ।
ଏହାମଧ୍ୟ ପଢନ୍ତୁ: Weather Update: ୧୨ ଘଣ୍ଟାରେ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା