ଓଡିଶା

odisha

ETV Bharat / state

ଜାତୀୟ ପୁରସ୍କାର ପାଇବା ପରେ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ଜଳସମ୍ପଦ ବିଭାଗର ଅଧିକାରୀ - ଓଡ଼ିଶାକୁ ଜାତୀୟ ଜଳ ପୁରସ୍କାର

ଜଳ ସଂରକ୍ଷଣ କ୍ଷେତ୍ରରେ ଓଡ଼ିଶା ଜାତୀୟ ପୁରସ୍କାର ପାଇବା ପରେ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ଜଳସମ୍ପଦ ବିଭାଗର ଅଧିକାରୀ । ଅଧିକ ପଢନ୍ତୁ

ଜଳ ସଂରକ୍ଷଣ କ୍ଷେତ୍ରରେ ଓଡ଼ିଶା ପୁରସ୍କୃତ
ଜଳ ସଂରକ୍ଷଣ କ୍ଷେତ୍ରରେ ଓଡ଼ିଶା ପୁରସ୍କୃତ

By

Published : Jun 20, 2023, 7:45 AM IST

ଭୁବନେଶ୍ବର:ଜଳ ସଂରକ୍ଷଣ ଓ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଓଡ଼ିଶା ଦୁଇଟି ବର୍ଗରେ ପୁରସ୍କୃତ ହୋଇଛି । ଦକ୍ଷ ଜଳ ସମ୍ପଦ ପରିଚାଳନାରେ ଗଞ୍ଜାମ ଜିଲ୍ଲା ଦେଶର ଶ୍ରେଷ୍ଠ ଜିଲ୍ଲା ଭାବେ ଜାତୀୟ ଜଳ ପୁରସ୍କାର ପାଇଛି । ଜାତୀୟ ପୁରସ୍କାର ପାଇବା ପରେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁଙ୍କୁ ସାକ୍ଷାତ କରିଛନ୍ତି ଜଳସମ୍ପଦ ବିଭାଗର ଅଧିକାରୀ । ନିଷ୍ଠାର ସହ ଆଗକୁ ଆହୁରି ଭଲ କାମ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଜଳ ସଂରକ୍ଷଣ ଓ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଓଡିଶା ଦ୍ବିତୀୟ ଶ୍ରେଷ୍ଠ ରାଜ୍ୟ ଭାବେ ଚତୁର୍ଥ ଜାତୀୟ ଜଳ ପୁରସ୍କାର-୨୦୨୨ ପାଇଛି । ନୂଆଦିଲ୍ଲୀରେ ଗତ ଶନିବାର ଉପରାଷ୍ଟ୍ରପତିଙ୍କଠାରୁ ଓଡିଶା ପାଇଁ ଏହି ଜାତୀୟ ପୁରସ୍କାର ପ୍ରାପ୍ତ କରିଛି । ପୁରସ୍କାର ପ୍ରାପ୍ତ ପରେ ସୋମବାର ଲୋକସେବା ଭବନରେ ରାଜ୍ୟ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁଙ୍କୁ ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଜଳସମ୍ପଦ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀ ବୃନ୍ଦ ସୌଜନ୍ୟମୂଳକ ସାକ୍ଷତ ଆଲୋଚନା କରିଛନ୍ତି ।

ରାଜ୍ୟ ସରକାର ତଥା ଜଳସମ୍ପଦ ବିଭାଗର ଏହି ସଫଳତା ଓଡିଶା ପାଇଁ ଗୌରବର କଥା ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି । ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଆଗକୁ ବିଭାଗ ଦ୍ବାରା ନିଷ୍ଠାର ସହ ଆହୁରି ଭଲ କାମ କରାଯିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହି ଅବସରରେ ମନ୍ତ୍ରୀ, ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଇଂ. ଭକ୍ତ ରଞ୍ଜନ ମହାନ୍ତି ଓ ଅନ୍ୟ ପଦାଧିକାରୀଙ୍କ ସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ନିର୍ମାଣାଧିନ ଜଳସେଚନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଆଲୋଚନା କରିଛନ୍ତି ।

ଚଳିତ ବର୍ଷ ଅତିରିକ୍ତ ଜଳସେଚନ ସୁବିଧା କାର୍ଯ୍ୟକାରୀ ହେବାକୁ ଯାଉଛି । ସେ ସମ୍ପର୍କରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜଳସମ୍ପଦ ମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଜଳଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ହୋଇଛି ଚତୁର୍ଥ ଜାତୀୟ ଜଳ ପୁରସ୍କାର-୨୦୨୨ ଦେଶର ଦ୍ବିତୀୟ ଶ୍ରେଷ୍ଠ ରାଜ୍ୟ ଭାବେ ଓଡ଼ିଶା ପୁରସ୍କାର ଗ୍ରହଣ କରିଛି । ରାଜ୍ୟ ଉନ୍ନୟନ କମିଶନର ଅନୁ ଗର୍ଗ ଉପ ରାଷ୍ଟ୍ରପତିଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି । ଦକ୍ଷ ଜଳସମ୍ପଦ ପରିଚାଳନା କ୍ଷେତ୍ରରେ ଗଞ୍ଜାମ ଜିଲ୍ଲା ଦେଶର ଶ୍ରେଷ୍ଠ ଜିଲ୍ଲା ଭାବେ ବିବେଚିତ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ପୁରସ୍କାର ଗ୍ରହଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details