ଓଡିଶା

odisha

ETV Bharat / state

ଯୁବତୀଙ୍କୁ ଅପହରଣ ପରେ ଦୁଷ୍କର୍ମ ଅଭିଯୋଗ

ଖୋର୍ଦ୍ଧା ଜିଲ୍ଲା ବାଘମାରୀ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଅପହରଣ କରି ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଅଧିକ ପଢନ୍ତୁ...

By

Published : Apr 22, 2021, 2:06 PM IST

ଯୁବତୀଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗ
ଯୁବତୀଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗ

ଖୋର୍ଦ୍ଧା:ଜିଲ୍ଲାର ବାଘମାରୀ ଥାନା ଅନ୍ତର୍ଗତ ଅଟ୍ରି ଗ୍ରାମରେ ଜଣେ ଯୁବତୀଙ୍କୁ ଅପହରଣ କରି ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିଛି । ଏହାସହିତ ବାଘମାରୀ ଥାନାରେ ଏକ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଛି ।

ଯୁବତୀଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗ

ଅଟ୍ରି ଗ୍ରାମର ଜନୈକା ଯୁବତୀଙ୍କୁ ସେହି ଗ୍ରାମର ଟୁନା ମାଝୀ ଗତକାଲି(ବୁଧବାର) ସନ୍ଧ୍ୟାରେ ରାସ୍ତା ଉପରୁ ଟେକି ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏହାସହ ଏ ସମ୍ପର୍କରେ କାହାକୁ କହିଲେ ଜୀବନରୁ ମାରି ଦେବା ପାଇଁ ଅଭିଯୁକ୍ତ ପୀଡ଼ିତାଙ୍କୁ ଧମକ ଚମକ ଦେଇଥିଲା । ତେବେ ପୀଡ଼ିତା ଜଣକ ବାଘମାରୀ ଥାନାରେ ଘଟଣା ସମ୍ପର୍କରେ ଲିଖିତ ଅଭିଯୋଗ କରିଥିଲେ । ଏହାପରେ ପୋଲିସ ପୀଡିତାଙ୍କ ଡାକ୍ତରୀ ମାଇନା କରି ଅଭିଯୁକ୍ତକୁ ଗିରଫ କରିଥିଲା । ପୋଲିସ ବାଘମାରୀ ଥାନାରେ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ABOUT THE AUTHOR

...view details