କୋରାପୁଟ: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପରେ ହୋଇଥିବା ଆକ୍ରମଣକୁ ବିରୋଧ । ଏହାକୁ ପ୍ରତିବାଦ ଜଣାଇ କୋରାପୁଟ ଜିଲ୍ଲା କଂଗ୍ରେସ କମିଟି ତରଫରୁ ଜିଲ୍ଲା ଆରକ୍ଷୀ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଛି ।
ପିସିସି ସଭାପତିଙ୍କୁ ଆକ୍ରମଣ ଘଟଣା, ଏସପି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ - protest in front of koraphut SP's office
ପିସିସି ସଭାପତିଙ୍କୁ ଆକ୍ରମଣ ଘଟଣା । କୋରାପୁଟ ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ । ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ । ଅଧିକ ପଢନ୍ତୁ...
ପିସିସି ସଭାପତିଙ୍କୁ ଆକ୍ରମଣ ଘଟଣା,ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ରାଜ୍ୟର ବିରୋଧୀ ଦଳର ନେତା ଯଦି ସୁରକ୍ଷିତ ନୁହଁନ୍ତି, ତେବେ ସାଧାରଣ ଲୋକେ କେତେଦୂର ସୁରକ୍ଷିତ ତାହା ସହଜେ ଅନୁମେୟ ହେଉଛି ବୋଲି ଜିଲ୍ଲା କଂଗ୍ରେସର ବରିଷ୍ଠ କର୍ମକର୍ତ୍ତା ରୂପକ ତୁରୁକ କହିଛନ୍ତି । ଏନେଇ ଏକ ଦାବିପତ୍ର ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରେରଣ କରାଯାଇଛି ।
କୋରାପୁଟରୁ ସି.ଏଚ ଶାନ୍ତାକାର, ଇଟିଭି ଭାରତ