କୋରାପୁଟ:ମହାଲିଙ୍ଗ ସନସାଇନ ପ୍ଲବିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେରଙ୍କ ହତ୍ୟାକାଣ୍ଡକୁ ନେଇ କୋରାପୁଟ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଏସ୍ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି ଘଟଣାରେ ଗୃହରାଷ୍ଟ୍ର ମନ୍ତ୍ରୀଙ୍କ ବହିଷ୍କାର ଦାବି କରିଛି ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା । ଏହାକୁ ନେଇ ଏସ୍ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ କୁଶପୁତ୍ତଳିକା ଦାହ କରି ଘଟଣାରେ ସିବିଆଇ ତଦନ୍ତ ଦାବି କରିଛନ୍ତି ।
ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ସମୟରେ ପୋଲିସ ଓ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା । ଜିଲ୍ଲା ବିଜେପି ସଭାପତି ସୁମନ୍ତ ପ୍ରଧାନଙ୍କ ନେତୃତ୍ୱରେ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି ବିଜେପି ଯୁବ ମୋର୍ଚ୍ଚା କର୍ମୀ । ବିଜେପି କର୍ମୀମାନେ ଏସ୍ପି କାର୍ଯ୍ୟାଳୟରେ ପହଞ୍ଚିବା ପରେ ମୁଖ୍ୟ ଫାଟକକୁ ଧକ୍କା ମାରି ଏସ୍ପିଙ୍କ କୋଠରୀ ପର୍ଯ୍ୟନ୍ତ ପହଞ୍ଚିଯାଇଥିଲେ । ପୋଲିସ କୌଣସିମତେ କର୍ମୀଙ୍କୁ ବୁଝାସୁଝା କରିବା ପରେ କର୍ମୀମାନେ ବାହାରକୁ ଆସିଥିଲେ ।