ଓଡିଶା

odisha

ETV Bharat / state

ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍କଣ୍ଠା - ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା

ଆସନ୍ତାକାଲି ସକାଳେ ପରୀକ୍ଷା ପେ ଚର୍ଚ୍ଚାରେ ଛାତ୍ରଛାତ୍ରୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି । ପରୀକ୍ଷା ପେ ଚର୍ଚ୍ଚା ମାଧ୍ୟମରେ ମୋଦି ପରୀକ୍ଷାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଭୟକୁ ଦୂର କରିବାକୁ ଚେଷ୍ଟା କରିବେ । ଅଧିକ ପଢ଼ନ୍ତୁ

ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍କଣ୍ଠା
ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍କଣ୍ଠା

By

Published : Mar 31, 2022, 9:47 PM IST

କୋରାପୁଟ:ଆସନ୍ତାକାଲି(ଶୁକ୍ରବାର) ସକାଳେ ପରୀକ୍ଷା ପେ ଚର୍ଚ୍ଚାରେ ଛାତ୍ରଛାତ୍ରୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି । ପରୀକ୍ଷା ପେ ଚର୍ଚ୍ଚା ମାଧ୍ୟମରେ ମୋଦି ପରୀକ୍ଷାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଭୟକୁ ଦୂର କରିବାକୁ ଚେଷ୍ଟା କରିବେ । ଟେଲିଭିଜନ ଓ ରେଡିଓ ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ ସମ୍ବୋଧନ କରିବେ ମୋଦି ।

ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍କଣ୍ଠା

ତେବେ ଏହାକୁ ନେଇ କୋରାପୁଟସ୍ଥିତ ଜବାହର ନବୋଦୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍କଣ୍ଠା ଦେଖିବାକୁ ମିଳିଛି । ପରୀକ୍ଷା ପେ ଚର୍ଚ୍ଚା ମାଧ୍ୟମରେ ଦେଶର କିଛି ଛାତ୍ରଛାତ୍ରୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ । ଜବାହର ନବୋଦୟ ବିଦ୍ୟାଳୟରେ ପ୍ରଧାନମନ୍ତ୍ରୀଙ୍କ ସହ କଥାହେବା ପାଇଁ ଅନଲାଇନ୍ ପ୍ରତିଯୋଗିତା ହୋଇଥିଲା । ଏଥିରେ ସ୍କୁଲ୍‌ର କୌଣସି ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇପାରିନଥିଲେ ।

କୋଭିଡ କଟକଣା ମଧ୍ୟରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଗତ ଦୁଇ ବର୍ଷ ଧରି ପାଠପଢ଼ାରେ ବାଧାବିଘ୍ନ ଦେଖା ଦେଇଛି । ପରୀକ୍ଷାର ଭୟ ଉପରେ କିପରି ବିଜୟ ହାସଲ କରିହେବ ସେ ସଂକ୍ରାନ୍ତରେ ପ୍ରଧାନମନ୍ତ୍ରୀଙ୍କଠାରୁ ଶୁଣିବା ପାଇଁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ପରୀକ୍ଷାକୁ ସାମ୍‌ନା କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ସହାୟକ ହେବ ବୋଲି ଆଶା ପୋଷଣ କରିଛନ୍ତି ସ୍କୁଲ ଅଧ୍ୟକ୍ଷ୍ୟ ।



କୋରାପୁଟରେ ସିଏଚ୍‌ ଶାନ୍ତାକାର, ଇଟିଭି ଭାରତ

ABOUT THE AUTHOR

...view details