ମାଲକାନଗିରି: ଜିଲ୍ଲା ଯୋଜନା କମିଟିର ଏକ ବୈଠକ ସ୍ଥାନୀୟ ଗ୍ରାମ୍ୟ ଉନ୍ନୟନ ସଭା କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯୋଜନା ବୋର୍ଡର ଅଧ୍ୟକ୍ଷ ତଥା କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଯୋଗ ଦେଇ ଜିଲ୍ଲାର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ।
ମାଲକାନଗିରି ଜିଲ୍ଲା ଯୋଜନା କମିଟି ବୈଠକ ଅନୁଷ୍ଠିତ - କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା
ମାଲକାନଗିରି ଜିଲ୍ଲାରେ ଉନ୍ନୟନମୂଳକ କାର୍ଯ୍ୟ ଲାଗି 3 କୋଟି 8 ଲକ୍ଷ ଟଙ୍କାର ଯୋଜନା ପ୍ରସ୍ତୁତ କରାଯାଇଛି। ଏନେଇ ଜିଲ୍ଲା ଯୋଜନା କମିଟିର ଏକ ବୈଠକ ସ୍ଥାନୀୟ ଗ୍ରାମ୍ୟ ଉନ୍ନୟନ ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି।
ନବରଙ୍ଗପୁର ସାଂସଦ ରମେଶ ମାଝୀ, ମାଲକାନଗିରି ବିଧାୟକ ଆଦିତ୍ୟ ମାଢି, ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦଶରଥ ପଡ଼ିଆମି ଓ ସ୍ବତନ୍ତ୍ର ଆଦିବାସୀ ବିକାଶ ପରିଷଦ ଅଧ୍ୟକ୍ଷ ମାନସ ମାଡ଼କାମୀଙ୍କ ସହ ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ ଯୋଗ ଦେଇ ନିଜ ନିଜର ମତାମତ ରଖିଥିଲେ । ଆଗାମୀ ତିନି ମାସ ମଧ୍ୟରେ ଜିଲ୍ଲାରେ ଉନ୍ନୟନମୂଳକ କାର୍ଯ୍ୟ ଲାଗି 3 କୋଟି 8 ଲକ୍ଷ ଟଙ୍କାର ଯୋଜନା ପ୍ରସ୍ତୁତ କରାଯାଇଛି । ଯାହା ମଧ୍ୟରେ ପାନୀୟ ଜଳ, ଜଳସେଚନ ଓ ଗମନାଗମନ ବ୍ୟବସ୍ଥା ଉପରେ ଅଧିକ ଗୁରୁତ୍ବ ଦିଆଯାଇଥିବା ମନ୍ତ୍ରୀ କହିଛନ୍ତି।
ମାଲକାନଗିରିରୁ ଜୟନ୍ତ ତିଆଡି, ଇଟିଭି ଭାରତ