ମାଲକାନଗିରି: ରାଜ୍ୟରେ କୋରୋନାର ଗ୍ରାଫ୍ ଉପର ମୁହାଁ ହୋଇ ଗତି କରୁଥିବାବେଳେ ମାଲକାନଗିରି ଜିଲ୍ଲାକୁ ପୁଣି ଫେରିଛି କୋରୋନା କଟକଣା । ଏଣିକି ଜନଗହଳିପୂର୍ଣ୍ଣ ଅଞ୍ଚଳକୁ ଗଲେ ମାସ୍କ ଓ ସାନିଟାଇଜର ବ୍ୟବହାରକୁ ବାଧ୍ୟତାମୂଳକ କରିଛି ଜିଲ୍ଲା ପ୍ରଶାସନ ।
ମାଲକାନଗିରିକୁ ଫେରିଲା କୋରୋନା କଟକଣା - ମାଲକାନଗିରିକୁ ଫେରିଲା କୋରୋନା କଟକଣା
ମାଲକାନଗିରିରେ ଏଣିକି ଜନଗହଳିପୂର୍ଣ୍ଣ ଅଞ୍ଚଳକୁ ଗଲେ ମାସ୍କ ଓ ସାନିଟାଇଜର ବ୍ୟବହାରକୁ ବାଧ୍ୟତାମୂଳକ କରିଛି ଜିଲ୍ଲା ପ୍ରଶାସନ । ଅଧିକ ପଢନ୍ତୁ...
ମାଲକାନଗିରିକୁ ଫେରିଲା କୋରୋନା କଟକଣା
ଏହାସହ ସମସ୍ତ ବ୍ୟବସାୟ ପ୍ରତିଷ୍ଠାନରେ ହ୍ୟାଣ୍ଡୱାସ୍ ଓ ସାନିଟାଇଜର ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ହୋଟେଲ, ରେଷ୍ଟୁରାଣ୍ଟରେ ଭିଡ ନ କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି । ଏହି ସବୁ ନିର୍ଦ୍ଦେଶର ଖିଲାପ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲା ପ୍ରଶାସନ ଚେତାବନୀ ଦେଇଛନ୍ତି।
ମାଲକାନଗିରିରୁ ଦେବଦତ୍ତ ବେହେରା, ଇଟିଭି ଭାରତ