ମାଲକାନଗିରି: ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ 35 ଛାତ୍ରଛାତ୍ରୀ ଅସୁସ୍ଥ । ସମସ୍ତ ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାରେ ଘଟିଛି ଏହି ଘଟଣା ।
ସୂଚନା ଅନୁଯାୟୀ, ସୋମବାର ଟେମ୍ପରାରି କଲୋନୀରେ ଥିବା ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ଖାଇବାକୁ ଦିଆଯାଇଥିଲା । ତେବେ ସ୍କୁଲରୁ ଫେରିଲା ପରେ ମଧ୍ୟାହ୍ନ ଭୋଜନ ଖାଇଥିବା ଛାତ୍ରଛାତ୍ରୀ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିଲେ । ସେମାନଙ୍କୁ ସଙ୍ଗେ ସଙ୍ଗେ ସ୍ଥାନୀୟ ଚିତ୍ରକୋଣ୍ଡା ମେଡିକାଲରେ ଭର୍ତ୍ତି କରାଯାଇଛି । ଅସୁସ୍ଥ 35 ଜଣଙ୍କ ମଧ୍ୟରୁ 3 ଜଣଙ୍କ ଅବସ୍ଥା ଗୁରୁତର ରହିଛି ।