ଓଡିଶା

odisha

ETV Bharat / state

ପୁଣି ମୟୂରଭଞ୍ଜରୁ 18 ନୂଆ ଆକ୍ରାନ୍ତ ଚିହ୍ନଟ - ମୟୂରଭଞ୍ଜ କୋରୋନା ନ୍ୟୁଜ

ମଙ୍ଗଳବାର ପୁଣି ୧୮ ଜଣ କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୯୬ ଜଣ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୪୩୦ ରେ ପହଞ୍ଚିଛି । ଅଧିକ ପଢନ୍ତୁ...

ପୁଣି ମୟୂରଭଞ୍ଜରୁ 18 ନୂଆ ଆକ୍ରାନ୍ତ ଚିହ୍ନଟ
ପୁଣି ମୟୂରଭଞ୍ଜରୁ 18 ନୂଆ ଆକ୍ରାନ୍ତ ଚିହ୍ନଟ

By

Published : Dec 8, 2020, 1:36 PM IST

ବାରିପଦା: ମୟୂରଭଞ୍ଜ ଜିଲ୍ଲାରେ ଧୀରେ ଧୀରେ କମୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଜିଲ୍ଲାରୁ ମଙ୍ଗଳବାର ପୁଣି ୧୮ ଜଣ କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୯୬ ଜଣ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୪୩୦ ରେ ପହଞ୍ଚିଛି ।

ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧୬୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୮୫ ଜଣ ଏବେ ବି ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ରିପୋର୍ଟ ଅନୁଯାୟୀ କୋରୋନାରେ ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୮୧କୁ ବୃଦ୍ଧି ହୋଇଛି ।

ପୁଣି ମୟୂରଭଞ୍ଜରୁ 18 ନୂଆ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ କୋରୋନା ସଂକ୍ରମିତଙ୍କ ସଂଖ୍ୟାରେ ମୟୂରଭଞ୍ଜ ଜିଲ୍ଲା ଷଷ୍ଠ ସ୍ଥାନରେ ରହିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟାରେ ମୟୁରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦାରେ ସର୍ବାଧିକ ରହିଛି।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

ABOUT THE AUTHOR

...view details