ରାଇରଙ୍ଗପୁର :ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ଦରିପୋଲ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ ଏକ ଗୋରୁ ବୋଝେଇ ପିକଅପ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ୫ଟି ବଳଦଙ୍କ ମୃତ୍ୟୁ ହୋଇଥିବା ସୂଚନାରୁ ପ୍ରକାଶ ।
ପିକଅପ ଭ୍ୟାନଟି ଦ୍ରୁତଗତିରେ ଆସି ଦରି ପୋଲ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଥିଲା । ଫଳରେ ଏଥିରେ ଥିବା ୫ଟି ଗୋରୁଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା । ବାକି ବଳଦ ଗୁରୁତର ଆହତ ମଧ୍ୟ ହୋଇଥିବା ଦେଖିବାକୁ ମିଳିଛି । ଅନ୍ୟପଟରେ ଗାଡି ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବାବେଳେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି ।