ବାରିପଦା: ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତିର ସମ୍ମିଳନୀ ୨୦୨୦-୨୧ ବାରିପଦା ସହିଦ ସ୍ମୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ମୟୂରଭଞ୍ଜ ଜିଲ୍ଲାର ୨୬ ଟି ବ୍ଲକ ଓ ଚାରୋଟି ସବ ଡିଭିଜନରୁ ଆଶା ଦିଦି, ଗାଁ କଲ୍ୟାଣ ସମିତି ମହିଳା ସଦସ୍ୟ ଓ ମହିଳା ଆରୋଗ୍ୟ ସମିତିର ମହିଳା ମାନେ ଯୋଗ ଦେଇଥିଲେ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ରୂପଭାନୁ ମିଶ୍ର ଯୋଗ ଦେଇଥିବା ବେଳେ ଅନ୍ୟ ଅତିଥିମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବୀନ୍ଦ୍ର ନାୟକ ପ୍ରମୁଖ ଯୋଗ ଦେଇଥିଲେ।