ବାରିପଦା: ମହାଲିଙ୍ଗ ସନସାଇନ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ । ମମିତାକୁ ନ୍ୟାୟ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ମୟୂରଭଞ୍ଜ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ କୁଶପୁତ୍ତଳିକା ଦାହ କରାଯାଇଛି ।
ମମିତାଙ୍କୁ ନ୍ୟାୟ ଓ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଦାବି ଧୀରେ ଧୀରେ ଜୋର ଧରୁଛି । ଘଟଣାରେ ସମ୍ପୁକ୍ତ ଅଭିଯୁକ୍ତଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କରିଛି ବିଜେପି। ଏଥିସହ ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କରଙ୍କ ସମ୍ପୃକ୍ତି ନେଇ ବିଜେପି ଅଭିଯୋଗ କରିବା ସହ ମନ୍ତ୍ରୀଙ୍କ ବରଖାସ୍ତ ଓ ଗିରଫ ଦାବି କରିଛନ୍ତି । ଅନ୍ୟପକ୍ଷରେ ଆସନ୍ତାକାଲି(ଶୁକ୍ରବାର) ମୟୂରଭଞ୍ଜ ଗସ୍ତରେ ଆସୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗସ୍ତକୁ ବିରୋଧ ମଧ୍ୟ କରିଛି ବିଜେପି ।