ଓଡିଶା

odisha

By

Published : Oct 2, 2022, 7:42 PM IST

ETV Bharat / state

ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ମୟୂରଭଞ୍ଜରୁ ତୀର୍ଥଯାତ୍ରୀଙ୍କୁ ନେଇ ବାରଣାସୀ ଯାଇଥିବା ବସ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢ଼ନ୍ତୁ

ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ
ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ବର: ମୟୂରଭଞ୍ଜରୁ ବାରଣାସୀ ଯାଇଥିବା ଯାତ୍ରୀବାହୀ ବସ୍‌ ଦୁର୍ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ । ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିବା ସହ ସମସ୍ତ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଶୀଘ୍ର ନିଜ ଘରକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନା ଅନୁସାରେ, ମୟୂରଭଞ୍ଜରୁ ତୀର୍ଥଯାତ୍ରୀଙ୍କୁ ନେଇ ଏକ ଘରୋଇ ବସ୍‌ ବାରଣାସୀ ଯାଇଥିଲା । ଶନିବାର ବିଳମ୍ବିତ ରାତିରେ ଗୟାରୁ ଫେରୁଥିବାବେଳେ ଏହି ବସଟି ହଜାରିବାଗ ଜିଲ୍ଲାର କଟକମସାଣ୍ଡିରେ ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣାରେ ବସଟି ଓଲଟି ପଡ଼ିବା ପରେ ଘଟଣାସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ଘଟିଥିଲା । ଡାକ୍ତରଖାନା ଯିବା ବାଟରେ ଅନ୍ୟ ଜଣଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୩୦ରୁ ଊର୍ଦ୍ଧ୍ବ ଲୋକେ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରିଛି । ସେପଟେ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଥିବାବେଳେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

ଏହା ମଧ୍ୟ ପଢ଼ନ୍ତୁ...ହଜାରିବାଗରେ ମର୍ମନ୍ତୁଦ ଦୁର୍ଘଟଣା, 4 ଓଡିଆ ମୃତ 30 ଆହତ

ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ସେହିଭଳି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ମଧ୍ୟ ଏଭଳି ଅଘଟଣରେ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ସେପଟେ ସମସ୍ତ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ କୁହାଯାଇଛି । ସବୁ ଯାତ୍ରୀ ଯେପରି ସୁରକ୍ଷିତ ଭାବରେ ଶୀଘ୍ର ନିଜ ଘରକୁ ଫେରିବେ ସେନେଇ ଝାଡ଼ଖଣ୍ଡ ସରକାରଙ୍କ ସହ ସମନ୍ବୟ ରଖି ବ୍ୟବସ୍ଥା କରିବାକୁ ମୟୂରଭଞ୍ଜ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details