ରାଇରଙ୍ଗପୁର: ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଏପରି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲା ତିରିଂ ଥାନା ଅନ୍ତର୍ଗତ ସୁରୁଦା ଗାଁରେ । ସୂଚନା ଅନୁସାରେ,ଗାଁ ନିକଟରେ ଏକ ପୋଖରୀରେ ମୃତଦେହ ଭାସୁଥିବାର ଗାଁଲୋକେ ଦେଖିବାକୁ ପାଇଥିଲେ । ପରେ ପୋଲିସକୁ ଖବର ଦେଇଥିଲେ ।
ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ - ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର
ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର । ହତ୍ୟା ସନ୍ଦେହ, ତଦନ୍ତ ଜାରି । ଅଧିକ ପଢନ୍ତୁ...
ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ପୋଲିସ ଘଟଣାସ୍ଥଳର ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ରାଇରଙ୍ଗପୁର ଡାକ୍ତରଖାନାକୁ ପଠାଇଥିଲା। ମୃତକ ଜଣକ ସେହି ଗାଁର ତାର୍ଜନ ମୁଣ୍ଡା ବୋଲି ଜଣାପଡିଛି । ତେବେ ତାର୍ଜନ ଗତକାଲି(ଶୁକ୍ରବାର) ଠାରୁ ନିଖୋଜ ରହିଥିଲେ । ହେଲେ ଆଜି( ଶନିବାର) ଗଡ଼ିଆରେ ତାଙ୍କ ମୃତଦେହ ମିଳିଥିଲା। ଏହା ଏକ ହତ୍ୟା ଘଟଣା ବୋଲି ସାଧାରଣରେ ଚର୍ଚ୍ଚା ହେଉଥିବା ବେଳେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ ଘଟଣାର ସତ୍ୟାସତ୍ୟ ଜଣାପଡ଼ିବ।
ରାଇରଙ୍ଗପୁରରୁ ସଞ୍ଜୟ ପରିଡା, ଇଟିଭି ଭାରତ