ଓଡିଶା

odisha

ETV Bharat / state

ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଛାତ୍ରଛାତ୍ରୀ ଉତ୍ସାହିତ - dist level science exhibition

ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ୬ଟି ପ୍ରକଳ୍ପକୁ ରାଜ୍ୟସ୍ତରୀୟ ବିଜ୍ଞାନ ମେଳା ପାଇଁ ଚୟନ କରାଯିବ।

science
science

By

Published : Dec 15, 2019, 11:54 PM IST

ରାଇରଙ୍ଗପୁର: ଦୁଇ ଦିବସୀୟ ୩୮ ତମ ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ପକ୍ଷରୁ ଅନୁଷ୍ଠିତ ହୋଇଛି। ଜିଲ୍ଲାର ପ୍ରତି ବ୍ଲକ ସ୍ତରୀୟ ବିଜ୍ଞାନ ମେଳାରୁ କୃତିତ୍ବ ଲାଭ କରିଥିବା ୧୯୬ଟି ପ୍ରକଳ୍ପ ଏହି ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳାରେ ସ୍ଥାନ ପାଇଥିଲା।

ଜୋନ୍ ସ୍ତରୀୟ ବିଜ୍ଞାନ ମେଳାରୁ ୬ଟି ପ୍ରକଳ୍ପକୁ ରାଜ୍ୟସ୍ତରୀୟ ବିଜ୍ଞାନ ମେଳା ପାଇଁ ଚୟନ କରାଯିବ। ଡିଇଓ ଧ୍ରୁବ ଚରଣ ବେହେରାଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସ୍ବଧା ଦେବ ସିଂ ଯୋଗଦାନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ଆଗ୍ରହ ଓ ବୈଜ୍ଞାନିକ ଚିନ୍ତାଧାରାର ବିକାଶ ପାଇଁ ଏପରି ପ୍ରୟାସ ହାତକୁ ନିଆଯାଇଥିବା ଡିଇଓ ପ୍ରକାଶ କରିଥିଲେ।

୩୮ ତମ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ଏହାସହିତ ଛାତ୍ରଛାତ୍ରୀଙ୍କ ମଧ୍ୟରେ ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ ଚୟନ ହେବା ନେଇ ବେଶ ଉତ୍ସାହ ଥିବା ଦେଖିବାକୁ ମିଳିଥିଲା। ସନ୍ଧ୍ୟା ସମୟରେ ଛାତ୍ରଛାତ୍ରୀଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା।

ରାଇରଙ୍ଗପୁରରୁ ସଞ୍ଜୟ କୁମାର ପରିଡା, ଇଟିଭି ଭାରତ

For All Latest Updates

ABOUT THE AUTHOR

...view details