ଓଡିଶା

odisha

ETV Bharat / state

ମୟୂରଭଞ୍ଜ ଜିଲ୍ଲା ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଉଦଘାଟିତ - ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ସମାରୋହ

ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସମୂହ ଫୁଟବଲ, କବାଡ଼ି, ଖୋ ଖୋ ପ୍ରତିଯୋଗିତା ଉଦଘାଟିତ । ଅଧିକ ପଢ଼ନ୍ତୁ

sports competition inaugurated
sports competition inaugurated

By ETV Bharat Odisha Team

Published : Sep 26, 2023, 12:58 PM IST

ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଉଦଘାଟିତ

ରାଇରଙ୍ଗପୁର:ରାଇରଙ୍ଗପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସମୂହ ଫୁଟବଲ, କବାଡି, ଖୋ-ଖୋ ପ୍ରତିଯୋଗିତା ଉଦଘାଟିତ । ଏହି ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ସମାରୋହରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ମମତା ମହାନ୍ତ ଯୋଗ ଦେଇଥିଲେ । ତେବେ ମୟୂରଭଞ୍ଜ ଜିଲ୍ଲାର ସମସ୍ତ ୨୬ ଗୋଟି ବ୍ଲକରୁ ୧୭ ବର୍ଷରୁ କମ ବୟସର ବାଳକ ବାଳିକାମାନେ ଉକ୍ତ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି । ଏହି ପ୍ରତିଯୋଗିତା 3 ଦିନ ଧରି ଚାଲିବ । ଜିଲ୍ଲାର ପ୍ରତି ବ୍ଲକରୁ ୨୦ ଜଣ ଲେଖାଏଁ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି।

ତେବେ ସର୍ବମୋଟ ଅଂଶଗ୍ରହଣ କରୁଥିବା ୫୨୦ ଜଣଙ୍କ ମଧ୍ୟରୁ ଉତ୍ତୀର୍ଣ୍ଣ ପ୍ରତିଯୋଗୀଙ୍କୁ ଜିଲ୍ଲା ସ୍ତରରୁ ରାଜ୍ୟ ସ୍ତରରେ ଅଂଶଗ୍ରହଣ କରିବାକୁ ମନୋନୀତ କରାଯିବ । ମୟୂରଭଞ୍ଜ ଜିଲ୍ଲାର ଛାତ୍ରଛାତ୍ରୀ ନିଜ ପ୍ରତିଭାକୁ ପ୍ରଦର୍ଶନ କରିବାର ସୁଯୋଗ ପାଇବା ସହିତ ନିଶ୍ଚିତ ଭାବରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସୁନାମ ଅର୍ଜନ କରି ମୟୂରଭଞ୍ଜ ପାଇଁ ଗୌରବ ସୃଷ୍ଟି କରିବେ ବୋଲି ମତବ୍ୟକ୍ତ କରିଛନ୍ତି ରାଜ୍ୟସଭା ସାଂସଦ ମମତା ମହାନ୍ତ ।

ଅନ୍ୟପଟେ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ମମତା ମହାନ୍ତ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ରାଇରଙ୍ଗପୁର ବ୍ଲକ ଅଧ୍ୟକ୍ଷ ଜ୍ଞାନ ରଞ୍ଜନ ହେମ୍ବ୍ରମ୍‌, ରାଇରଙ୍ଗପୁର ପୌରପାଳିକା ଉପାଧ୍ୟକ୍ଷ ମମିତା ଚୌଧୁରୀ ଯୋଗ ଦେଇଥିଲେ । ସେହିପରି ମୁଖ୍ୟ ବକ୍ତା ଭାବରେ ରାଇରଙ୍ଗପୁର ପୌରପାଳିକାର ଅଧ୍ୟକ୍ଷ ଅଭିଷେକ ପଟ୍ଟନାୟକ ଯୋଗ ଦେଇ କ୍ରୀଡ଼ା ସମ୍ବନ୍ଧରେ ନିଜ ମତ ପ୍ରକାଶ କରିଥିଲେ । ଏଥିସହ ରାଇରଙ୍ଗପୁର ସରକାରୀ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ରଞ୍ଜନ କୁମାର ନନ୍ଦ ଓ ମୟୂରଭଞ୍ଜ ଜିଲ୍ଲା ଶାରିରୀକ ଶିକ୍ଷା ଅଧିକାରୀ ଭାଗିରଥି ମଲ୍ଲିକ ଯୋଗ ଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

ଏହା ମଧ୍ୟ ପଢନ୍ତୁ- ରାଜ୍ୟ ବିଦ୍ୟାଳୟ ସମୂହ ତୀରନ୍ଦାଜ ପ୍ରତିଯୋଗିତା ଉଦଘାଟିତ

ସେହିପରି ଅନ୍ୟପଟେ 3 ଦିନ ଧରି ଚାଲିଥିବା ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜ ପ୍ରତିଯୋଗିତା ଉଦଯାପିତ ହୋଇଛି। ମୟୂରଭଞ୍ଜ ଜିଲ୍ଲା କୁସୁମୀ ବ୍ଲକ ଅନ୍ତର୍ଗତ ଜୟପୁର ଗ୍ରାମର ଜନତା ସରକାରୀ ଉଚ୍ଚ ବିଦ୍ୟାଳୟରେ ଆୟୋଜିତ ତୀରନ୍ଦାଜ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ଏହି ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ସତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଡ଼ ଦେବାଶିଷ ମାରାଣ୍ଡି ଯୋଗ ଦେଇଥିଲେ । ଏହି ତୀରନ୍ଦାଜ ପ୍ରତିଯୋଗିତାରେ ରାଜ୍ୟର ୧୫ ଟି ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ର ପାଖାପାଖି ୨୫୫ ଜଣ ଛାତ୍ରଛାତ୍ରୀ ଏହି ତୀରନ୍ଦାଜ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ସେଥି ମଧ୍ୟରୁ ୨୨ ଜଣ ଉତ୍ତୀର୍ଣ୍ଣ ପ୍ରତିଯୋଗୀମାନେ ରାଜ୍ୟ ସ୍ତରରୁ ଜାତୀୟ ସ୍ତରରେ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି।

ଇଟିଭି ଭାରତ, ରାଇରଙ୍ଗପୁର

ABOUT THE AUTHOR

...view details