ଓଡିଶା

odisha

ETV Bharat / state

ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା କରାଯାଇଥିବା ସନ୍ଦେହ, ତଦନ୍ତ ଜାରି । ଅଧିକ ପଢନ୍ତୁ...

By

Published : Jan 12, 2021, 5:12 PM IST

hanging dead body found in mayurbhanj
ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ହତ୍ୟା ସନ୍ଦେହ

ରାଇରଙ୍ଗପୁର:ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ସେମାନଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ପ୍ରେମୀ ଯୁଗଳ ଦ୍ବୟ ମୟୁରଭଞ୍ଜ ବହଳଦା ଥାନା କାଙ୍କି ଗାଁର ମନମୋହନ ଟୁଡୁ ଓ ଘାଗରାସାହିର ସଞ୍ଜୁ ସୋରେନ ବୋଲି ଜଣାପଡିଛି।

ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ହତ୍ୟା ସନ୍ଦେହ

ସୂଚନା ଅନୁଯାୟୀ ଏକ ମାସ ପୂର୍ବରୁ ସେମାନେ ଘରୁ ପଳାଇ ପ୍ରେମ ବିବାହ କରିଥିଲେ । ତେବେ ତିନିଦିନ ପୂର୍ବରୁ ସେମାନେ ଘରକୁ ଫେରିଥିବା ବେଳେ ନିଜ ନିଜ ଘରକୁ ଯାଇଥିଲେ। ସୋମବାର ଅପରାହ୍ନରୁ ଦୁହେଁ ଘରୁ ବାହାରି ଯାଇଥିବା ବେଳେ ଆଜି (ମଙ୍ଗଳବାର) ସେମାନଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି। ସେପଟେ ଆତ୍ମହତ୍ୟା ବୋଲି ସନ୍ଦେହ କରାଯାଉଥିବା ବେଳେ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ହାତ ବନ୍ଧା ହୋଇଥିବା ଯୋଗୁଁ କେହି ହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି। ତେବେ ଅଧିକ ତଦନ୍ତ ପାଇଁ ବାରିପଦାରୁ ସାଇଣ୍ଟିଫିକ ଟିମ୍ ଆସୁଥିବାର ସୂଚନା ମିଳିଛି। ବହଳଦା -ଝରାଡ଼ିହି ମୁଖ୍ୟ ରାସ୍ତା କଡ ଏକ ଗଛରେ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇ ସ୍ଥାନୀୟ ଲୋକେ ।

ରାଇରଙ୍ଗପୁରରୁ ସଞ୍ଜୟ କୁମାର ପରିଡା,ଇଟିଭି ଭାରତ

ABOUT THE AUTHOR

...view details