ବାରିପଦା: ଝୁଲନ୍ତା ଅବସ୍ଥାରେ ଜଣେ ଯୁବକର ମୃତଦେହ ଉଦ୍ଧାର କରିଛି ବାରିପଦା ସଦର ଥାନା ପୋଲିସ । ମୃତ ଯୁବକ ଜଣଙ୍କ ବାରିପଦା ସଦର ଥାନା ଅଧୀନ ଶୁଡିଆମ ଗ୍ରାମର ରଜନୀ କାନ୍ତ ସିଂ ବୋଲି ଜଣାପଡିଛି ।
ଜମିରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର - ବାରିପଦା ଖବର
ବାରିପଦା ସଦର ଥାନା ଚିରୁଳବେଢ଼ା ଗାଁର ବିଲ ଭିତରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ପ୍ରେମ ବ୍ୟାପାର ନେଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ପରେ ପୋଲିସର ତଦନ୍ତ ଜାରି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ମୟୂରଭଞ୍ଜ
ଭିଡିଓ ସୌଜନ୍ୟ: ସମ୍ବାଦଦାତା, ମୟୂରଭଞ୍ଜ
ମୃତ ଯୁବକ ଜଣଙ୍କ ଚିରୁଳବେଢ଼ା ଗାଁର ବିଲ ଭିତରେ ଥିବା ଏକ ଗଛରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ତେବେ ଯୁବକ ଜଣଙ୍କ ପ୍ରେମ ବ୍ୟାପାରକୁ ନେଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଥିବା ବେଳେ ବାରିପଦା ସଦର ଥାନା ପୋଲିସ ମୃତଦେହ ଜବତ କରି ଅଧିକ ତଦନ୍ତ ଜାରି ରଖିଛି । ମୃତଦେହ ବ୍ୟବଚ୍ଛେଦ ପାଇଁ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜକୁ ପଠାଇଛି ପୋଲିସ ।
ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ