ଓଡିଶା

odisha

ETV Bharat / state

ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମୟୂରଭଞ୍ଜ ଜିଲ୍ଲା ଜାମଦା ଥାନା ଅଞ୍ଚଳରେ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଜାମଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

By

Published : Nov 21, 2019, 7:08 PM IST

ଫଟୋ ସୌଜନ୍ୟ : ପ୍ରତିନିଧି, ରାଇରଙ୍ଗପୁର

ରାଇରଙ୍ଗପୁର: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ଜାମଦା ଥାନା ଅଞ୍ଚଳରେ । ଜାମଦା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ।

ଭିଡିଓ ସୌଜନ୍ୟ : ପ୍ରତିନିଧି, ରାଇରଙ୍ଗପୁର

ମୟୂରଭଞ୍ଜ ଜିଲ୍ଲା ଜାମଦା ଥାନା ଅନ୍ତର୍ଗତ ଗୋହିରା ଗାଁ ମୁଣ୍ଡ ଏକ ଗଛରେ ଯୁବକଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି । ମୃତବ୍ୟକ୍ତି ଜଣକ ଜାମଦା ଥାନା ଅନ୍ତର୍ଗତ ମଧୁପୁର ଗ୍ରାମର ଦଶରଥ ମୁର୍ମୁ (ଡୁକା)ଙ୍କ ପୁଅ ରାଜେଶ ମୁର୍ମୁ ବୋଲି ଜଣାପଡିଛି । ଗତବର୍ଷ ସେପ୍ଟେମ୍ବର ୨୩ ତାରିଖରେ ରାଜେଶ ମୁର୍ମୁଙ୍କ ମାଆ କାର୍ମି ମୁର୍ମୁଙ୍କୁ ଗୁଣି ଗାରେଡି ସନ୍ଦେହରେ ହତ୍ୟା କରାଯାଇଥିଲା । ତେବେ ମା'ଙ୍କ ମୃତ୍ୟୁ ପରେ ରାଜେଶ ଭାଙ୍ଗି ପଡିଥିଲେ ଓ ଅଧିକାଂଶ ସମୟ ମାନସିକ ଚାପରେ ରହୁଥିଲେ । ରାଜେଶ ମାନସିକ ଚାପ ଯୋଗୁ ଆତ୍ମହତ୍ୟା କରିଥିବା ସନ୍ଦେହ ପ୍ରକାଶ କରିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ତେବେ ପୋଲିସ ମୃତଦେହ ଉଦ୍ଧାର କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ରାଇରଙ୍ଗପୁର ଡାକ୍ତରଖାନା ପଠାଇଥିବା ଜଣାପଡିଛି।

ରାଇରଙ୍ଗପୁରରୁ ସଞ୍ଜୟ ପରିଡା, ଇଟିଭି ଭାରତ

ABOUT THE AUTHOR

...view details