ରାଇରଙ୍ଗପୁର: ଆସନ୍ତା ୧୬ରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଜାତୀୟ ଅଭୟାରଣ୍ୟ । ଅଭୟାରଣ୍ୟକୁ ପ୍ରବେଶ କରିବା ପାଇଁ ଶ୍ୟାମାଖୁଣ୍ଟା ବ୍ଲକ ଅନ୍ତର୍ଗତ ପୀଠାବଟା ଫାଟକ ସମେତ ଯଶୀପୁର ବ୍ଲକ ଅନ୍ତର୍ଗତ କାଳିଆଣି ଫାଟକରେ ସାଢେ ଚାରି ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଫାଟକ ବନ୍ଦ ରହିବ । ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ଦ୍ବାରା ଏଭଳି ନିଷ୍ପତ୍ତି ନିଆଯାଇଛି ।
ପର୍ଯ୍ୟଟକଙ୍କ ପାଇଁ ଅକ୍ଟୋବର ୩୧ ଯାଏଁ ବନ୍ଦ ରହିବ ଶିମିଳିପାଳ - ଶିମିଳିପାଳ ଜାତୀୟ ଅଭୟାରଣ୍ୟ
ଆସନ୍ତା ୧୬ରୁ ଅକ୍ଟୋବର ୩୧ ଯାଏଁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ । ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ଦ୍ବାରା ଏଭଳି ନିଷ୍ପତ୍ତି ନିଆଯାଇଛି । ଅଧିକ ପଢ଼ନ୍ତୁ
ଆସନ୍ତା ୧୬ରୁ ଅକ୍ଟୋବର ୩୧ ଯାଏ ବନ୍ଦ ରହିବ ଶିମିଳିପାଳ
ଆଗକୁ ବର୍ଷା ୠତୁ ଥିବାରୁ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଜୁନ ୧୬ରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ପର୍ଯ୍ୟଟକ ମାନଙ୍କ ପାଇଁ ଶିମିଳିପାଳ ବନ୍ଦ ରହିବ । ପର୍ଯ୍ୟଟକଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଯେପରି କୌଣସି ଅଘଟଣ ନଘଟୁ ସେନେଇ ଏହି ପଦକ୍ଷେପ ଗ୍ରହଣ କରାଯାଇଥାଏ । ତେବେ ନଭେମ୍ବର ମାସ ୧ ତାରିଖରୁ ପୁନଃ ଶିମିଳିପାଳ ଅଭୟାରଣ୍ୟକୁ ପ୍ରବେଶ ପାଇଁ ପର୍ଯ୍ୟଟକମାନଙ୍କୁ ଅନୁମତି ମିଳିବ ବୋଲି ଶିମିଳିପାଳ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି ।
ଇଟିଭି ଭାରତ, ରାଇରଙ୍ଗପୁର