ରାଇରଙ୍ଗପୁର: ଗୋଷ୍ଠୀ ସଂକ୍ରମଣକୁ ରୋକିବା ପାଇଁ ଜିଲ୍ଲାପାଳ କ୍ଷମତା ପ୍ରୟୋଗ କଲେ ମହିଳା ସରପଞ୍ଚ । ମୟୂରଭଞ୍ଜ ଜିଲ୍ଲା ବିଜାତଳା ବ୍ଲକ ଅନ୍ତର୍ଗତ ରାଇହରି ଗ୍ରାମପଞ୍ଚାୟତର ମହିଳା ସରପଞ୍ଚ ଗୀର୍ଥ ସୋରେନ ଜିଲ୍ଲାପାଳଙ୍କ କ୍ଷମତା ପ୍ରୟୋଗ କରି ତିନି ଦିନ ପାଇଁ ସାନବେଲପାହାଡି ଗ୍ରାମକୁ ସଟଡାଉନ ଘୋଷଣା କରିଛନ୍ତି ।
ସ୍ଥାନୀୟ ଅଞ୍ଚଳରୁ ଜଣେ କୋରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରି ଗାଁକୁ ସଟଡାଉନ କରିବାକୁ ନିଷ୍ପତ୍ତି ନିଆଯାଇଛି । ତେବେ ଆକ୍ରାନ୍ତଙ୍କ ସ୍ବାବ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ବାଙ୍କିଶୋଳ ସ୍ଥିତ କିମ୍ସ କୋଭିଡ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିବା ବେଳେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରଖିଛି ବ୍ଲକ ପ୍ରଶାସନ ।