ରାଇରଙ୍ଗପୁର : ଅଜଣା ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ, ମୟୂରଭଞ୍ଜ ଜିଲ୍ଲା ରରୁଆଁ ଥାନା ଅନ୍ତର୍ଗତ ତିଳଲବେଡା ଗାଁ ନିକଟରେ ଏକ ପଡିଆରେ ୬୦ ରୁ ଉର୍ଦ୍ଧ୍ବ ବର୍ଷର ବୃଦ୍ଧଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା ।
ଅଜଣା ବୃଦ୍ଧଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ - dead body found in mayurbhanj
ଅଜଣା ବୃଦ୍ଧଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ । ତଦନ୍ତ ଜାରି । ଅଧିକ ପଢନ୍ତୁ...
ଅଜଣା ବୃଦ୍ଧଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
ଅଜଣା ବୃଦ୍ଧଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
ଏନେଇ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେବାରୁ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣା ତଦନ୍ତ ଆରମ୍ଭ କରିଥିଲେ। ତେବେ ବୃଦ୍ଧଙ୍କ ପରିଚୟ ମିଳି ନ ଥିବା ସୂଚନା ମିଳିଛି । ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ କରଞ୍ଜିଆ ଡ଼ାକ୍ତରଖାନାକୁ ପଠାଇଥିବା ଜଣାପଡିଛି।
ରାଇରଙ୍ଗପୁରରୁ ସଞ୍ଜୟ ପରିଡା, ଇଟିଭି ଭାରତ