ବାରିପଦା: ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ । ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ କରିଛନ୍ତି । ମୟୂରଭଞ୍ଜ ଜିଲ୍ଲା ଦେଇଯାଇଥିବା ଜାତୀୟ ରାଜପଥର ତାରାକୋଟି ଛକ ନିକଟରେ ଦୁର୍ଘଟଣା ଘଟିଛି ।
ଅଜଣା ଗାଡିଧକ୍କାରେ ବୃଦ୍ଧ ମୃତ, କ୍ଷତିପୂରଣ ଦାବିରେ ରାସ୍ତାଜାମ - ବେତନଟୀ ଥାନା
ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ । ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ କରିଛନ୍ତି । ଘଟଣାସ୍ଥଳରେ ବେତନଟୀ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା ପରେ ରାସ୍ତା ଅବରୋଧ ହଟିଛି । ଅଧିକ ପଢନ୍ତୁ...

ଫଟୋ ସୌଜନ୍ୟ : ସମ୍ବାଦଦାତା,ମୟୂରଭଞ୍ଜ
ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ, କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ
ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଅନ୍ତର୍ଗତ ତାରାକୋଟି ଗ୍ରାମ ଛକ ନିକଟରେ ବୃଦ୍ଧ ସୁଦର୍ଶନ ମହାକୁଡ (୬୦) ୧୮ ନଂ ଜାତୀୟ ରାଜପଥ ଅତିକ୍ରମ କରୁଥିବା ସମୟରେ ଅଜଣା ଗାଡି ଧକ୍କା ଯୋଗୁଁ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି । ଏହାପରେ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ଜାତୀୟ ରାଜପଥର ତାରାକୋଟିର ଛକ ରାସ୍ତା ଅବରୋଧ କରିଛନ୍ତି । ଘଟଣାସ୍ଥଳରେ ବେତନଟୀ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପୋଲିସ ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା ପରେ ରାସ୍ତା ଅବରୋଧରୁ ହଟିଛନ୍ତି ।
ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ