ଓଡିଶା

odisha

ETV Bharat / state

କୀଟନାଶକ ଔଷଧ ଖାଇ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

କୀଟନାଶକ ଔଷଧ ଖାଇ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ । ଶେଷରେ ଗୁରୁତର ଅବସ୍ଥାରେ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ଯୁବକ ।

By

Published : Sep 3, 2019, 2:35 AM IST

ଫଟୋ ସୌଜନ୍ୟ- ପ୍ରତିନିଧି, ରାଇରଙ୍ଗପୁର

ରାଇରଙ୍ଗପୁର: କୀଟନାଶକ ଔଷଧ ଖାଇ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ । ଶେଷରେ ଗୁରୁତର ଅବସ୍ଥାରେ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ଯୁବକ । ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଭାଲୁଜୁଡି ଗ୍ରାମରେ ।

ଭିଡିଓ ସୌଜନ୍ୟ- ପ୍ରତିନିଧି, ରାଇରଙ୍ଗପୁର

ସୂଚନା ଅନୁଯାୟୀ ଭାଲୁଜୁଡି ଗ୍ରାମର ଚନ୍ଦ୍ର ହାଁସଦା ଓ ତାଙ୍କ ସ୍ତ୍ରୀ ରୁକ୍ମଣିଙ୍କ ମଧ୍ୟରେ କୌଣସି କାରଣକୁ ନେଇ କଳହ ହୋଇଥିଲା । ତେବେ ଏଥିରେ ଉତକ୍ଷୀପ୍ତ ହୋଇ ରାତି ସମୟରେ ଚନ୍ଦ୍ର ଘରେ ରଖିଥିବା କୀଟନାଶକ ଔଷଧ ଖାଇ ଦେଇଥିଲେ । ଏହା ଦେଖି ତାଙ୍କ ସ୍ତ୍ରୀ ପଡୋଶୀ ମାନଙ୍କ ସହାୟତାରେ ତାଙ୍କୁ ରାଇରଙ୍ଗପୁର ଡାକ୍ତରଖାନାକୁ ଆଣିଥିଲେ ।

ତେବେ ରାଇରଙ୍ଗପୁର ଡାକ୍ତରଖାନାରେ ପହଞ୍ଚିବା ବେଳକୁ ତାଙ୍କ ଅବସ୍ଥା ଅତ୍ୟଧିକ ଗୁରୁତର ହୋଇପଡିଛି । ସେଠାରେ ସଙ୍କଟାପନ୍ନ ଅବସ୍ଥାରେ ତାଙ୍କର ଚିକିତ୍ସା ଜାରି ରହିଥିବା ସୂଚନା ମିଳିଛି ।

ରାଇରଙ୍ଗପୁରରୁ ସଞ୍ଜୟ ପରିଡା, ଇଟିଭି ଭାରତ

ABOUT THE AUTHOR

...view details