ଓଡିଶା

odisha

ETV Bharat / state

ମୟୂରଭଞ୍ଜରେ ଚାଞ୍ଚଲ୍ୟ: ଯୁବକଙ୍କୁ ପଥରରେ ଛେଚି ହତ୍ୟା ଅଭିଯୋଗ

ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଅନ୍ତର୍ଗତ ସୋରଶଳ ଗାଁରେ ବୀଭତ୍ସ ହତ୍ୟାକାଣ୍ଡ । ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ହେଲେ ଗୋପୀନାଥ ନାୟକ।

By

Published : Sep 1, 2019, 10:14 AM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ମୟୂରଭଞ୍ଜ

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ସୋରଶଳ ଗାଁରେ ଚାଞ୍ଚଲ୍ୟ । ଯୁବକଙ୍କୁ ପଥରରେ ଛେଚି ହତ୍ୟା ଅଭିଯୋଗ । ମୃତକ ହେଲେ ଗୋପିନାଥ ନାୟକ । ଶନିବାର ରାତିରେ ଘଟିଛି ଏହି ବୀଭତ୍ସ ହତ୍ୟାକାଣ୍ଡ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ମୟୂରଭଞ୍ଜ

ସୂଚନା ଅନୁଯାୟୀ, ଗୋପିନାଥ ଶନିବାର ମଦ ପିଇ ଘରକୁ ଫେରୁଥିବା ସମୟରେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ତେବେ ବର୍ତ୍ତମାନ ସୁଦ୍ଧାର ହତ୍ୟାର କାରଣ ଜଣାପଡିନାହିଁ । ଖବର ପାଇ ବେତନଟୀ ପୋଲିସ ଓ ସାଇଣ୍ଟିଫିକ୍ଟିମ୍ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ଗୋପିନାଥକୁ କିଏ ଓ କାହିଁକି ହତ୍ୟା କଲା ତାହାର ତନାଘନା ଆରମ୍ଭ ହୋଇଛି । ତଦନ୍ତ ପରେ ଘଟଣାର ପ୍ରକୃତ ସତ୍ୟାସତ୍ୟ ସାମ୍ନାକୁ ଆସିବ ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

ABOUT THE AUTHOR

...view details