ଓଡିଶା

odisha

ETV Bharat / state

ବାଲ୍ୟବିବାହ ମୁକ୍ତ ହେବ ନବରଙ୍ଗପୁର, ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ - ଶିଶୁଙ୍କ ପାଇଁ ଦିନଟିଏ

ନବରଙ୍ଗପୁର ଜିଲ୍ଲାରେ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଅଧିକ ପଢନ୍ତୁ

a day for children programme
a day for children programme

By

Published : Mar 22, 2023, 10:20 AM IST

ନବରଙ୍ଗପୁର:ଜିଲ୍ଲାରେ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶ ଅନୁଯାୟୀ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାରେ ଶିଶୁମାନଙ୍କର ସୁରକ୍ଷା ଓ ବିକାଶ ଦିଗରେ କାର୍ଯ୍ୟ କରୁଥିବା ଚାରିଟି କମିଟି ଯଥା ଜିଲ୍ଲା ସ୍ତରୀୟ ଶିଶୁ ସୁରକ୍ଷା କମିଟି, କିଶୋରୀ ସଶକ୍ତିକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କ ଫୋର୍ସ, ଶିଶୁ ଶ୍ରମିକ ନିରାକରଣ ଏବଂ ଚାଇଲ୍ଡ ଲାଇନ ପରାମର୍ଶଦାତା ବୈଠକରେ ଯୋଗ ଦେଇଥିଲେ ।

ବୈଠକରେ ଜିଲ୍ଲାପାଳ କମଳ ଲୋଚନ ମିଶ୍ର ଅଧ୍ୟକ୍ଷତା କରି ଜିଲ୍ଲାରେ ପ୍ରତ୍ୟେକ ଶିଶୁଙ୍କ ସୁରକ୍ଷା ଓ ବାଲ୍ୟ ବିବାହକୁ ରୋକିବା ପାଇଁ ପ୍ରଶାସନର ବିଭିନ୍ନ ବିଭାଗ କାର୍ଯ୍ୟ କରୁଛନ୍ତି । ବିଭାଗ ଗୁଡିକ ମଧ୍ୟରେ ଉତ୍ତମ ସମ୍ପର୍କ ରଖି ଜିଲ୍ଲାରେ ସମସ୍ତ ଶିଶୁମାନଙ୍କୁ ସୁରକ୍ଷା ଦେବା ସହିତ ନବରଙ୍ଗପୁର ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ କରିବା ଦିଗରେ ସମନ୍ଵୟ ବୈଠକ ସହାୟକ କରିପାରିବ ବୋଲି ମତବ୍ୟକ୍ତ କରିଥିଲେ । ଏଥି ସହିତ ଆଗାମୀ ଦିନରେ ଜିଲ୍ଲାରେ ''ଆସ ଖୋଜିବା ଅଭିଯାନ'' ଆରମ୍ଭ କରାଯାଇ ବିପଦ ସଙ୍କୁଳ ଅବସ୍ଥାରେ ଥିବା ପରିବାର ଓ କିଶୋର କିଶୋରୀ ମାନଙ୍କୁ ସରକାରୀ ଯୋଜନାରେ ସାମିଲ କରିବା ପାଇଁ ସୂଚନା ପ୍ରଦାନ କରିଥିଲେ । ଅନ୍ୟତମ ଅତିଥି ଭାବରେ ଯୋଗଦେଇ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ ନିଜର ବକ୍ତବ୍ୟରେ ଜିଲ୍ଲା ପ୍ରଶାସନ ଓ ପୋଲିସର ମିଳିତ ସହଯୋଗରେ ଆଗାମୀ ଦିନରେ ଜିଲ୍ଲାରେ କିଶୋରୀ ଜାଗୃତା ସପ୍ତାହ ପାଳନ କରାଯାଇ ସମସ୍ତ ଉଚ୍ଚବିଦ୍ୟାଳୟ ଓ ମହାବିଦ୍ୟାଳୟରେ କିଶୋରୀ ମାନଙ୍କୁ ମହିଳା ସୁରକ୍ଷା , ବାଲ୍ୟବିବାହ ନିରାକରଣ ଓ ପୋକ୍ସ ଆକ୍ଟ ଉପରେ ସଚେତନ କରାଯିବ ବୋଲି ମତବ୍ୟକ୍ତ କରିଥିଲେ ।

ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ ବୈଠକ ପ୍ରାରମ୍ଭରେ ସୂଚନା ଦେଇ କହିଥିଲେ ଯେ ଜିଲ୍ଲାରେ ୧୦ ବ୍ଲକ ଓ ୧୮୯ଟି ଗ୍ରାମ ପଞ୍ଚାୟତ ସ୍ତରରେ ଅନୁରୂପ ଭାବରେ ବ୍ଲକ ଓ ପଞ୍ଚାୟତ ସ୍ତରରେ ଶିଶୁ ସୁରକ୍ଷା କମିଟି, କିଶୋରୀ ସଶକ୍ତିକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କ ଫୋର୍ସ, ଶିଶୁ ଶ୍ରମିକ ନିରାକରଣ କମିଟିର ବୈଠକ ଅନୁଷ୍ଟିତ ହୋଇଛି । ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣଲତା ବିଶ୍ବାସ ବୈଠକ ଉଦେଶ୍ୟ ଜ୍ଞାପନ କରିବା ସହିତ ବିଗତ ୨୦୨୦ ମସିହା ଜାନୁଆରୀ ମାସ ଠାରୁ ୨୦୨୩ ମସିହା ଫେବୃୟାରୀ ମାସ ମଧ୍ୟରେ ଜିଲ୍ଲାରେ ମୋଟ ୬୫୮ ଗୋଟି ବାଲ୍ୟବିବାହକୁ ବନ୍ଦ କରାଯିବା ସହିତ ଆଜି ପର୍ଯ୍ୟନ୍ତ ୪୫୫ ଟି ରାଜସ୍ବ ଗ୍ରାମ ଓ ୪୨୬ ପଡାଗ୍ରାମକୁ ମିଶାଇ ମୋଟ ୮୮୧ ଗ୍ରାମକୁ ପ୍ରଶାସନ ତରଫରୁ ବାଲ୍ୟବିବାହ ମୁକ୍ତ ଗ୍ରାମ ଭାବରେ ଘୋଷଣା କରାଯାଇଛି । ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ଜିଲ୍ଲା ସମାଜ କଲ୍ୟାଣ ବିଭାଗ, ୟୁନିସେଫ ଓ ଆକ୍ସନଏଡର ମିଳିତ ପ୍ରୟାସରେ ଏକ ଯୋଜନାବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତି କରାଯାଇ ଗ୍ରାମ ଗୁଡିକରେ ସଚେତନତା କାର୍ଯ୍ୟକ୍ରମ ଚାଲୁଥିବାର ସୂଚନା ଦେଇଥିଲେ ।

ଇଟିଭି ଭାରତ, ନବରଙ୍ଗପୁର

ABOUT THE AUTHOR

...view details