ଓଡିଶା

odisha

ETV Bharat / state

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, ପୋଲିସର ତଦନ୍ତ ଆରମ୍ଭ - nabarangpur police

ନବରଙ୍ଗପୁର ରାଇଘର ବ୍ଲକ ଅନ୍ତର୍ଗତ ଯୋଡାଙ୍ଗ ବ୍ଲକରୁ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ । ଏକ କଲଭର୍ଟ ନିକଟରେ ଯୁବକଙ୍କୁ ସ୍ଥାନୀୟଲୋକେ ଉଦ୍ଧାର କରିଥିବା ବେଳେ ସ୍ଥାନୀୟ ପୋଲିସ ଘଟଣାର ତଦନ୍ତ କରୁଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ନବରଙ୍ଗପୁର

By

Published : Sep 4, 2019, 9:22 AM IST

ନବରଙ୍ଗପୁର: ରାଇଘର ବ୍ଲକ ଅନ୍ତର୍ଗତ ଯୋଡେଙ୍ଗା ପଞ୍ଚାୟତର ଏକ କଲଭର୍ଟ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତକ ଜଣକ ଦେବଭରଣ୍ଡି ଗାଁର ଦେଓନାଥ ଗଣ୍ଡ ବୋଲି ଜଣାପଡିଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ନବରଙ୍ଗପୁର


ବୁଧବାର ଜଣେ ଯୁବକ ପାଣିରେ ଭାସୁଥିବା ନେଇ ସ୍ଥାନୀୟ ଲୋକେ ଦେଖିଥିଲେ । ଏହା ପରେ ରାଇଘର ପୋଲିସକୁ ଖବର ଦେଇଥିଲେ ଲୋକେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତ ଦେହକୁ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି । ସେପଟେ ଏହା ଆତ୍ମହତ୍ୟା ନା ହତ୍ୟା ତାକୁ ନେଇ ତଦନ୍ତ ଆରମ୍ଭ କରିଛି ପୋଲିସ ।

ନବରଙ୍ଗପୁରରୁ ତପନ ବିଷୋୟୀ, ଇଟିଭି ଭାରତ

ABOUT THE AUTHOR

...view details