ନବରଙ୍ଗପୁର: ଦିନକୁ ଦିନ ନବରଙ୍ଗପୁର ଜିଲ୍ଲାରେ ବଢିବାରେ ଲାଗିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବୁଧବାର ଜିଲ୍ଲାରୁ ପୁଣି ଚିହ୍ନଟ ହେଲେ 18 କୋରୋନା ପଜିଟିଭ l ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ସୂଚନା ପାଇବା ପରେ ଏନେଇ ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ଅଜିତ କୁମାର ମିଶ୍ର ସୂଚନା ଦେଇଛନ୍ତି ।
ସମସ୍ତଙ୍କୁ ହୋମ ଆଇସୋଲେସନରେ ରହିବା ପାଇଁ ପରାମର୍ଶ ଦିଆଯାଉଥିବା ବେଳେ ଯେଉଁମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥାଏ ସେମାନଙ୍କୁ କୋଭିଡ ମେଡିକାଲକୁ ସ୍ଥାନାନ୍ତର କରି ଚିକିତ୍ସା କରାଇବା ପାଇଁ ବ୍ୟବସ୍ଥା କରାଯାଉଛି ବୋଲି କହିଛନ୍ତି ଜିଲ୍ଲାପାଳ । ଚିହ୍ନଟ ହୋଇଥିବା 18 ଜଣଙ୍କ ମଧ୍ୟରୁ ସର୍ବାଧିକ ଆକ୍ରାନ୍ତ ତେନ୍ତୁଳିଖୁଣ୍ଟି ବ୍ଲକରୁ 14 ଜଣ, ନବରଙ୍ଗପୁର ସହରରୁ ଜଣେ , ଉମରକୋଟ ସହରରୁ ଜଣେ , କୋଷାଗୁମୁଡା ବ୍ଲକରୁ ଜଣେ, ନବରଙ୍ଗପୁର ବ୍ଲକରୁ ଜଣେ ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ।