ଓଡିଶା

odisha

ETV Bharat / state

ପୁଣି ତେଜିଲା ପଶ୍ଚିମ ଓଡିଶାରେ ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ଦାବି

କିଛି ଦିନର ନୀରବତା ପରେ ପୁଣିଥରେ ତେଜିଲା ପଶ୍ଚିମ ଓଡିଶାରେ ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ଦାବି । ଏହି କ୍ରମରେ ଆଜି ନବରଙ୍ଗପୁରରେ ଅବିଭକ୍ତ କୋରାପୁଟ ଜିଲ୍ଲାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ଆନ୍ଦୋଳନ ଜୋର ଧରିଥିଲା । ଏନେଇ ନବରଙ୍ଗପୁର ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି ଆଇନଜୀବୀ ସଂଘ ।

By

Published : Jun 20, 2019, 6:55 PM IST

ଫଟୋ ସୌଜନ୍ୟ- ସମ୍ବାଦଦାତା, ନବରଙ୍ଗପୁର

ନବରଙ୍ଗପୁର: ଅବିଭକ୍ତ କୋରାପୁଟ ଜିଲ୍ଲାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ଆନ୍ଦୋଳନ ଜୋର ଧରିଛି । ଆଜି ନବରଙ୍ଗପୁର ଜିଲ୍ଲା ଆଇନଜୀବୀ ସଂଘ ପକ୍ଷରୁ ଅବିଭକ୍ତ କୋରାପୁଟ ଜିଲ୍ଲାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ସ୍ଥାପନ ପାଇଁ ପ୍ରଧାନମନ୍ତ୍ରୀ, କେନ୍ଦ୍ର ଆଇନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ଆଇନ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ଅଜିତ କୁମାର ମିଶ୍ରଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି ।

ଭିଡିଓ ସୌଜନ୍ୟ- ସମ୍ବାଦଦାତା, ନବରଙ୍ଗପୁର

ଆଦିବାସୀ ଅଧ୍ୟୁଷିତ ଏହି ପଛୁଆ ଜିଲ୍ଲାଟି ଓଡ଼ିଶା ମୁଖ୍ୟ ହାଇକୋର୍ଟରୁ ବହୁ ଦୂରରେ ଥିବାରୁ ଏହି ଅବିଭକ୍ତ କୋରାପୁଟ ଜିଲ୍ଲାର ବହୁ ଗରିବ ଆଦିବାସୀ ଲୋକ ମାନେ ନ୍ୟାୟ ପାଇବାରୁ ବଞ୍ଚିତ ହେଉଛନ୍ତି । ତେଣୁ ଏହି ଅଞ୍ଚଳର ଗରିବ ଲୋକମାନଙ୍କ ନ୍ୟାୟ ପାଇବା ପାଇଁ ଅବିଭକ୍ତ କୋରାପୁଟ ଜିଲ୍ଲା ବାର୍ ଆସୋସିଏସନ ପକ୍ଷରୁ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପାଇଁ ଦାବି ହୋଇଛି ।

ଯେ ପର୍ଯ୍ୟନ୍ତ ଦାବି ପୂରଣ ନ ହୁଏ ଆନ୍ଦୋଳନ ଜାରି ରହିବ ବୋଲି ଆଇନଜୀବୀ ସଂଘ ଚେତାବନୀ ଦେଇଛନ୍ତି।

ନବରଙ୍ଗପୁରରୁ ତପନ କୁମାର ବିଷୋୟୀ, ଇଟିଭି ଭାରତ

ABOUT THE AUTHOR

...view details