ନବରଙ୍ଗପୁର: ଜିଲ୍ଲାରେ ଆଜି(ମଙ୍ଗଳବାର) ଠାରୁ ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯାଉଛି । ଆସନ୍ତା 9 ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିବ ।
ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ମଧ୍ୟରେ ସାମାଜିକ ଦୂରତା ଅବଲମ୍ବନ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଦୁର୍ନୀତିମୁକ୍ତ ସମାଜ ଗଠନ ସମ୍ପର୍କିତ ଶପଥ ପାଠ କରିଥିଲେ। ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ର ଏହି କାର୍ଯ୍ୟକ୍ରମରେ ଯୋଗଦେଇ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ ଏବଂ ଦୁର୍ନୀତି ନିବାରଣ ସପ୍ତାହ ପାଳନର ଉଦ୍ଦେଶ୍ୟ ସଂପର୍କରେ ସୂଚନା ଦେଇଥିଲେ।