ଓଡିଶା

odisha

ETV Bharat / state

ନବରଙ୍ଗପୁରରେ ପୁଣି 22 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ନବରଙ୍ଗପୁରରେ ମଙ୍ଗଳବାର 22 ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସର୍ବାଧିକ ପାପଡାହାଣ୍ଡି ବ୍ଲକରୁ ଚିହ୍ନଟ ହୋଇଛନ୍ତି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶେଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 5,540କୁ ବୃଦ୍ଧି ପାଇଛି । ଅଧିକ ପଢନ୍ତୁ..

ନବରଙ୍ଗପୁରରେ ପୁଣି 22  ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ
ନବରଙ୍ଗପୁରରେ ପୁଣି 22 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

By

Published : Nov 10, 2020, 3:45 PM IST

ନବରଙ୍ଗପୁର: ରାଜ୍ୟରେ କୋରୋନା ପ୍ରକୋପ ଜାରି ରହିଛି । ନବରଙ୍ଗପୁର ଜିଲ୍ଲାରେ କିଛି ଦିନ ହେବ କୋରୋନା ଗ୍ରାଫ୍‌ ତଳକୁ ଖସୁଥିବା ବେଳେ ମଙ୍ଗଳବାର ଜିଲ୍ଲାରେ ପୁଣି 22 ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l

ନବରଙ୍ଗପୁରରେ ପୁଣି 22 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ମଙ୍ଗଳବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ପାପଡାହାଣ୍ଡି ବ୍ଲକରୁ 9 ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଉମରକୋଟ ପୌରାଞ୍ଚଳରୁ 3 ଜଣ, ନବରଙ୍ଗପୁର ପୌରାଞ୍ଚଳ ଏବଂ ନବରଙ୍ଗପୁର, ନନ୍ଦାହାଣ୍ଡି, ତେନ୍ତୁଳିଖୁଣ୍ଟି ବ୍ଲକରୁ 2 ଜଣ ଲେଖାଏଁ ସଂକ୍ରମିତ ଅଛନ୍ତି । ସେହିପରି ଉମରକୋଟ ଚନ୍ଦାହାଣ୍ଡି ବ୍ଲକରୁ ଜଣେ ଲେଖାଏଁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l

ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶେଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 5,540କୁ ବୃଦ୍ଧି ପାଇଛି l ସେଥି ମଧ୍ୟରୁ 5,275 ଜଣ ଆକ୍ରାନ୍ତ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା 224 ଜଣ ସକ୍ରିୟ ଆକ୍ରାନ୍ତଙ୍କ ମଧ୍ୟରୁ 165 ଜଣ ଗୃହ ସଙ୍ଗରୋଧରେ ରହି ଚିକିତ୍ସିତ ହେଉଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି l ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ 1ଲକ୍ଷ 1ହଜାର 428 ଜଣଙ୍କର ନମୁନା ସଂଗ୍ରହ କରାଯାଇ କୋଭିଡ଼ ପରୀକ୍ଷା କରାଯାଇଥିବା ସୂଚନା ମିଳିଛି l


ନବରଙ୍ଗପୁରରୁ ତପନ କୁମାର ବିଷୋୟୀ, ଇଟିଭି ଭାରତ

ABOUT THE AUTHOR

...view details