ନବରଙ୍ଗପୁର: ଜିଲ୍ଲାରୁ ପୁଣି 5 ଜଣ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି l ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ସୂଚନା ପାଇବା ପରେ ଏନେଇ ନବରଙ୍ଗପୁର ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ର ସୂଚନା ଦେଇଛନ୍ତି । ସମସ୍ତ ଆକ୍ରାନ୍ତଙ୍କୁ ନବରଙ୍ଗପୁରସ୍ଥିତ କୋଭିଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।
ଆଜି ଚିହ୍ନଟ ହୋଇଥିବା ଏହି 5 ଜଣ କୋରୋନା ପଜିଟିଭଙ୍କ ମଧ୍ୟରୁ ନବରଙ୍ଗପୁର ମ୍ୟୁନିସିପାଲିଟିରୁ 5 ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ । ଜିଲ୍ଲାପାଳଙ୍କ ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ 360 ଜଣ କୋରୋନାରେ ସଂକ୍ରମିତ ହୋଇଥିବାବେଳେ ସେଥିମଧ୍ୟରୁ 270 ଜଣ ସୁସ୍ଥ ହୋଇଛନ୍ତି l