ନବରଙ୍ଗପୁର :ଶିକ୍ଷୟିତ୍ରୀଙ୍କ ବଦଳିକୁ ନେଇ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ । ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ପିତାରିଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ । ସୂଚନା ଅନୁସାରେ, ୧୯୭୮ ମସିହାରେ ପିତାରିଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବାବେଳେ ୧୦୯ ଜଣ ଛାତ୍ରଛାତ୍ରୀ ଏଠାରେ ପାଠ ପଢୁଛନ୍ତି ।
ଏହି ବିଦ୍ୟାଳୟରେ ୬ ଜଣ ଶିକ୍ଷକ ଅଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ଶିକ୍ଷକଙ୍କୁ ଡେପୁଟେସନରେ ଅନ୍ୟ ବିଦ୍ୟାଳୟକୁ ପଠାଯାଉଥିବା ବେଳେ ଆଉ ଜଣେ ଶିକ୍ଷୟିତ୍ରୀଙ୍କୁ ପ୍ରମୋସନ ପରେ ବଦଳି କରାଯାଇଛି । ଯାହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ଗ୍ରାମବାସୀ ଉତ୍କ୍ଷିପ୍ତ ହୋଇ ବିଦ୍ୟାଳୟର ଫାଟକ ସମ୍ମୁଖରେ ଧାରଣାରେ ବସିଛନ୍ତି ।