ଓଡିଶା

odisha

ETV Bharat / state

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ସହର ପରିକ୍ରମା କଲେ ନୟାଗଡବାସୀ - Jayanthi celebrated

ନୟାଗଡରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତ୍ରୀ ପାଳନ କରାଯାଇଛି । ଏହି ଅବସରରେ ସହର ପରିକ୍ରମା ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲାପାଳ ଡ. ପୋମା ଟୁଡୁ ଯୋଗ ଦେଇ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

ଗାନ୍ଧୀ ଓ ଶାସ୍ତ୍ରୀଙ୍କୁ ମନେ ପକାଇଲେ ନୟାଗଡ଼ବାସୀ
ଗାନ୍ଧୀ ଓ ଶାସ୍ତ୍ରୀଙ୍କୁ ମନେ ପକାଇଲେ ନୟାଗଡ଼ବାସୀ

By

Published : Oct 2, 2020, 4:26 PM IST

ନୟାଗଡ: ନୟାଗଡ଼ର ବିଭିନ୍ନ ସ୍ଥାନରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ । କୋଭିଡ୍ ନିୟମ ଅବଲମ୍ବନ କରି ଶୁକ୍ରବାର ସୂଚନା ଓ ଲୋକ ସଂପର୍କ ବିଭାଗ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ନୟାଗଡ଼ରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ ହୋଇଛି ।

ଏହି ଅବସରରେ ସକାଳ ସମୟରେ ଡାକବାଜି ଯନ୍ତ୍ର ଯୋଗେ ରାମଧୂନ ଗାନ କରାଯାଇ ସହର ପରିକ୍ରମା କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ ଯୋଗ ଦେଇ ତ୍ରିନାଥ ଛକ ଠାରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି । ତାଙ୍କ ସହିତ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଉପ ଜିଲ୍ଲାପାଳ ଲଗ୍ନଜିତ ରାଉତ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ଟଙ୍କଧର ଭୋଇ, ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନାଙ୍କ ସମେତ ପୂର୍ବତନ ନଗରପାଳ ଗୁରୁପ୍ରସାଦ ଜେନା ପ୍ରମୁଖ ବ୍ୟକ୍ତିମାନେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ।

ଜିଲ୍ଲାପାଳ ଡ. ଟୁଡୁ ପରିଶେଷରେ 'ମା ଫାଉଣ୍ଡେସନ' ଦ୍ବାରା ଆୟୋଜିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗଦାନ କରି ବୃକ୍ଷରୋପଣ କରିଥିଲେ । ସେହିପରି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ନୟାଗଡ଼ ତରଫରୁ ତ୍ରିନାଥ ଛକ ଠାରେ ମହାତ୍ମା ଗାନ୍ଧୀଙ୍କ ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ କରାଯାଇଛି ।

ଗାନ୍ଧୀ ଓ ଶାସ୍ତ୍ରୀଙ୍କୁ ମନେ ପକାଇଲେ ନୟାଗଡ଼ବାସୀ

ନୟାଗଡରୁ ଜୟେନ୍ଦ୍ର ବେହେରା, ଇଟିଭି ଭାରତ

ABOUT THE AUTHOR

...view details