ଓଡିଶା

odisha

ETV Bharat / state

ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଜମି ବିବାଦକୁ ନେଇ ଧାରୁଆ ଅସ୍ତ୍ରରେ ଯୁବକଙ୍କୁ ଆକ୍ରମଣ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆକ୍ରମଣ କରିଥିବା ହରି ମହାପାତ୍ରଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି । ଅଧିକ ପଢନ୍ତୁ...

By

Published : Jun 13, 2021, 6:52 PM IST

ଜମିବାଡ଼ି ବିବାଦକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
ଜମିବାଡ଼ି ବିବାଦକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ନୟାଗଡ଼: ଜମି ବାଡ଼ି ବିବାଦକୁ କେନ୍ଦ୍ର କରି ଜଣେ ଯୁବକକୁ ମରଣାନ୍ତକ ଆକ୍ରମଣ । ନୟାଗଡ଼ ଜିଲ୍ଲା ରଣପୁର ଥାନା ରାଜସୁନାଖଳା ନୃସିଂହପୁର ଟାଙ୍ଗୀ ସାହିରେ ଘଟିଛି ଏହି ଘଟଣା । ଏହି ସାହିର ବୀର ନାୟକଙ୍କୁ ତାଙ୍କ ଗାଁର ହରି ମହାପାତ୍ର ଏକ ଧାରୁଆ ଅସ୍ତ୍ରରେ ମୁଣ୍ଡକୁ ହାଣି ଦେଇଥିଲେ । ତେବେ ଆକ୍ରମଣର ଶିକାର ହୋଇଥିବା ବୀର ନାୟକଙ୍କୁ ପ୍ରଥମେ ରାଜ୍ ସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବାବେଳେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରକୁ ସ୍ଥାନାନ୍ତରିତ କରାଯାଇଛି ।

ଜମିବାଡ଼ି ବିବାଦକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ରାଜ ସୁନାଖଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆକ୍ରମଣ କରିଥିବା ହରି ମହାପାତ୍ରଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି । ତେବେ ଉଭୟଙ୍କ ମଧ୍ୟରେ ଜାଗା ବାଡ଼ିକୁ କେନ୍ଦ୍ର କରି ବିବାଦ ଲାଗି ରହିଥିଲା ।

ନୟାଗଡ଼ରୁ ଜୟେନ୍ଦ୍ର ବେହେରା, ଇଟିଭି ଭାରତ

ABOUT THE AUTHOR

...view details