ନୟାଗଡ଼: କୃଷକମାନଙ୍କ ଜୀବନ ରେଖା କୁହାଯାଉଥିବା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପଦଯାତ୍ରା ଆରମ୍ଭ । ଦଶପଲ୍ଲା ମହାବୀର ମନ୍ଦିରଠାରୁ ଏହି ପଦଯାତ୍ରା ବାହାରି ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିବ l ଏବଂ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରାଯାଇ 50 ବର୍ଷର ପ୍ରକଳ୍ପକୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଦାବି କରାଯିବ । କ୍ରିୟାନୁଷ୍ଠାନ କମିଟି ସଭାପତି ମନୋଜ କୁମାର ସାହୁଙ୍କ ନେତୃତ୍ବରେ ଅନେକ କୃଷକ ଏହି ପଦଯାତ୍ରାରେ ସାମିଲ ହୋଇଛନ୍ତି l
ବୃତ୍ତଙ୍ଗ ଜଳ ସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ କ୍ରିୟାନୁଷ୍ଠାନ କମିଟିର ପଦଯାତ୍ରା - brutanga water project
କୃଷକମାନଙ୍କ ଜୀବନ ରେଖା କୁହାଯାଉଥିବା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପଦଯାତ୍ରା ଆରମ୍ଭ । ତେବେ ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ପ୍ରାୟ 9 ଲକ୍ଷ କୃଷକ ଉପକୃତ ହେବେ l ଅଧିକ ପଢନ୍ତୁ...

ବୃତ୍ତଙ୍ଗ ଜଳ ସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ କ୍ରିୟାନୁଷ୍ଠାନ କମିଟିର ପଦଯାତ୍ରା
ବୃତ୍ତଙ୍ଗ ଜଳ ସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ କ୍ରିୟାନୁଷ୍ଠାନ କମିଟିର ପଦଯାତ୍ରା
ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ପ୍ରାୟ 9 ଲକ୍ଷ କୃଷକ ଉପକୃତ ହେବେ l ତେଣୁ ଯଥାଶୀଘ୍ର ପ୍ରକଳ୍ପ ନିର୍ମାଣ ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରନ୍ତୁ ବୋଲି କ୍ରିୟାନୁଷ୍ଠାନ କମିଟି ଦାବି କରିଛି l
ନୟାଗଡ଼ରୁ ଜୟେନ୍ଦ୍ର ବେହେରା, ଇଟିଭି ଭାରତ