ନୟାଗଡ଼: ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ ଛାମୁଣ୍ଡିଆ ଗ୍ରାମରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି ରକ୍ତଦାନ ଶିବିରରେ ଦଶପଲ୍ଲା ବିଧାୟକ ରମେଶ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ। ନୟାଗଡ଼ ବିଜେଡି ପକ୍ଷରୁ ଏହି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା।
ଗୁପ୍ତେଶ୍ବର ବିଦ୍ୟାପୀଠ ପରିସରରେ ଆୟୋଜିତ ଏହି ରକ୍ତଦାନ ଶିବିରରେ ବହୁ ସଂଖ୍ୟାରେ ବିଜେଡି କର୍ମୀଙ୍କ ସହ ଅନ୍ୟମାନେ ସ୍ବେଚ୍ଛକୃତ ଭାବେ ରକ୍ତଦାନ କରିଥିଲେ। ଏହି ଶିବିରରୁ 67 ୟୁନିଟ ରକ୍ତ ସଂଗ୍ରହ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ଏହି ରକ୍ତଦାନ ଶିବିର ଆୟୋଜିତ କରାଯାଇଥିଲା।