ପୁରୀ: ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି(ମଙ୍ଗଳବାର) ଜିଲ୍ଲାରେ ପହଞ୍ଚିଛି 4ର୍ଥ ପର୍ଯ୍ୟାୟ ରଥକାଠ । ଏହି ପର୍ଯ୍ୟାୟରେ ବୌଦ୍ଧରୁ 45 ଖଣ୍ଡ ଅସନ ଓ ଧଉରା କାଠ ପହଞ୍ଚିଛି । ସୋମବାର ନୟାଗଡ ବନଖଣ୍ଡରୁ ତୃତୀୟ ପର୍ଯ୍ୟାୟରେ ୧୭ଟି ଧଉରା ଓ ଅସନ କାଠ ଆସିଥିଲା ।
ଚଳିତବର୍ଷ ରଥଯାତ୍ରା ପାଇଁ ମୋଟ 865 ଖଣ୍ଡ କାଠ ଆବଶ୍ୟକ ଥିବାବେଳେ ପୂର୍ବବର୍ଷର 69 ଖଣ୍ଡ କାଠ ବଳକା ରହିଛି । ତେଣୁ ଚଳିତ ରଥଯାତ୍ରା ପାଇଁ 796 ଖଣ୍ଡ କାଠର ଆବଶ୍ୟକତା ରହିଛି । ତେବେ 796 ଖଣ୍ଡରୁ ଆଜି ପର୍ଯ୍ୟନ୍ତ ମୋଟ ୧୨୪ ଖଣ୍ଡ ବର୍ତ୍ତମାନ ସୁଦ୍ଧା ପୁରୀରେ ପହଞ୍ଚିଥିବାବେଳେ ବଳକା କାଠ ପର୍ଯ୍ୟାୟ କ୍ରମେ ଆସି ପହଞ୍ଚିବ । ତେବେ ଗତ ସରସ୍ବତୀ ପୂଜା ଦିନ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ତିନୋଟି କାଠକୁ ପାରମ୍ପରିକ ବିଧିରେ ପୂଜାର୍ଚ୍ଚନା କରାଯାଇଥିଲା ।