ଭୁବନେଶ୍ବର : ପୁରୀ ସୁଆଣ୍ଡୋ ଗ୍ରାମ ପରିଦର୍ଶନ କରିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ । ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ । ଏହା ସହିତ ଉତ୍କଳମଣିଙ୍କ ଗାଁ ଶିବ ମନ୍ଦିରର ପୁନରୁଦ୍ଧାର ଓ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆଗାମୀ ୨୩ ତାରିଖରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ସୁଆଣ୍ଡୋର ପୁନଃବିକଶିତ ଜନ୍ମପୀଠର ଲୋକାର୍ପଣ କରିବେ । ଏହା ପୂର୍ବରୁ 5T ସଚିବ ଭି.କେ. ପାଣ୍ଡିଆନ ସୁଆଣ୍ଡୋ ପରିଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପାଣ୍ଡିଆନ ଶୁକ୍ରବାର, ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ । ଉତ୍କଳମଣିଙ୍କ ଗାଁର ଲୋକେଶ୍ବର ଶିବ ମନ୍ଦିର ଜରାଜୀର୍ଣ୍ଣ ଅବସ୍ଥାରେ ଥିଲା । ସୁଆଣ୍ଡୋବାସୀଙ୍କ ଅନୁରୋଧ କ୍ରମେ ଲୋକେଶ୍ବର ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ପନ୍ନ କରାଯାଇଛି । ଏହାର ପ୍ରତିଷ୍ଠା ଉତ୍ସବ ଆଜି ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ 5T ସଚିବ ଭିକେ ପାଣ୍ଡିଆନ ଯୋଗ ଦେଇଥିଲେ ।