ପୁରୀ: କୋରୋନା ପାଇଁ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଭକ୍ତ । ଶ୍ରୀମନ୍ଦିରରେ ଭକ୍ତମାନଙ୍କ ପ୍ରବେଶ ସମ୍ପର୍କରେ ଆଲୋଚନା ନିମନ୍ତେ ଆସନ୍ତା ଅଗଷ୍ଟ 4 ତାରିଖ ଦିନ ବୈଠକ ବସିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।
ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ନେଇ ଅଗଷ୍ଟ ୪ରେ ବୈଠକ
ଶ୍ରୀମନ୍ଦିରରେ ଭକ୍ତମାନଙ୍କ ପ୍ରବେଶ ସମ୍ପର୍କରେ ଆଲୋଚନା ନିମନ୍ତେ ଆସନ୍ତା ଅଗଷ୍ଟ 4 ତାରିଖ ଦିନ ବୈଠକ ବସିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଅଧିକ ପଢନ୍ତୁ...
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଭିଡ଼ିଓ କନଫରେନ୍ସ ଜରିଆରେ ବୈଠକ ହେବ । ବୈଠକରେ ପୁରୀ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ସମନ୍ବୟ କମିଟିର ସଦସ୍ୟମାନେ ତଥା ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀମାନେ ଅଂଶଗ୍ରହଣ କରିବେ । ଏ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି ।
ସୂଚନାଅନୁଯାୟୀ କୋଭିଡ କଟକଣା ହେତୁ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ବନ୍ଦ ରହିଛି । ତେବେ ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ନୀତି ପରେ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ଖୋଲିବା ନିଷ୍ପତ୍ତି ନିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର କହିଥିଲେ । ତେବେ କୋଭିଡ ସ୍ଥିତି ଧୀରେ ଧୀରେ ସୁଧୁରୁଥିବାବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ sop ଆଧାରରେ ଭକ୍ତଙ୍କ ପାଇଁ ମନ୍ଦିର ଖୋଲିବା ନିଷ୍ପତ୍ତି ନେବ କି ପୁଣି କଟକଣା ରହିବ ସେ ନେଇ ସମସ୍ତଙ୍କ ନଜର ।
ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ