ଓଡିଶା

odisha

ETV Bharat / state

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି - ମହାପ୍ରଭୁଙ୍କ ବନକଲାଗି ନୀତି

ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି ସମ୍ପନ୍ନ କରିବେ।‌ ଅଧିକ ପଢ଼ନ୍ତୁ

banakalagi ritual of lord jagannath in puri shree madir
ମହାପ୍ରଭୁଙ୍କ ବନକଲାଗି ନୀତି

By

Published : Feb 9, 2022, 3:47 PM IST

ପୁରୀ:ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି ସମ୍ପନ୍ନ କରିବେ।‌

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇ ଥାଏ। ଏହା ଏକ ଗୁପ୍ତ ସେବା ଓ ଏକ ସ୍ବତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ଚାରି ଘଣ୍ଟା ଧରି ଏହି ନୀତି ଚାଲିଥାଏ। ଏହି ଅବସରରେ ଆଜି ଅପରାହ୍ନ ୫ ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।‌

ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। ତେବେ କୋଭିଡ କଟକଣା ମଧ୍ୟରେ ମହାପ୍ରଭୁଙ୍କ ବନକଲାଗି ନୀତି ଆୟୋଜିତ ହୋଇଛି।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ABOUT THE AUTHOR

...view details