ପୁରୀ:ଆଜି ମାର୍ଗଶୀର-କୃଷ୍ଣ ଦ୍ୱିତୀୟା ତିଥି । ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସ୍ବତନ୍ତ୍ର ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବାୟତ । ଏହା ଏକ ସତନ୍ତ୍ର ନୀତି ହୋଇଥିବାରୁ ସନ୍ଧ୍ୟା 5ଟାରୁ ରାତି 9ଟା ଯାଏଁ 4ଘଣ୍ଟା ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗ ମଣ୍ଡପ ସରିବା ପରେ ଏହି ନୀତି ଆରମ୍ଭ ହେବ ।
ମାର୍ଗଶୀର-କୃଷ୍ଣ ଦ୍ୱିତୀୟା ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫.୦୦ ଟା ରୁ ରାତ୍ର ୯.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ ।
ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ 4 ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ। ।