ଓଡିଶା

odisha

ETV Bharat / state

ମହାପ୍ରଭୁଙ୍କ ବନକଲାଗି ନୀତି, 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି । ଆଜି ଅପରାହ୍ନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ 4ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ। ଅଧିକ ପଢ଼ନ୍ତୁ

banakalagi ritual of lord jagannath
ମହାପ୍ରଭୁଙ୍କ ବନକଲାଗି ନୀତି, 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

By

Published : Mar 9, 2022, 10:15 AM IST

ପୁରୀ: ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି । ଆଜି ଅପରାହ୍ନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ 4 ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ । ବନକଲାଗି ନୀତି ଅବସରରେ ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ସେବା ସମ୍ପାଦନ କରିବେ । ଦ୍ଵିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ ।

ଅପରାହ୍ନରେ ଦତ୍ତମହାପାତ୍ର ସେବକ ମହାପ୍ରଭୁଙ୍କର ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ନୀତି ପରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୋଭା ବର୍ଦ୍ଧନ କରାଯିବ । ବନକଲାଗି ପାଇଁ ପାରମ୍ପରିକ ଦ୍ରଵ୍ୟ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ମହାପ୍ରଭୁଙ୍କ ନୀତିକାନ୍ତି ପରେ ମହାସ୍ନାନ ନୀତି କରାଯିବ । ଏହି ବନକଲାଗି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କର ଦର୍ଶନ ବନ୍ଦ ରହିଥାଏ । ତେଣୁ ଆଜି ଅପରାହ୍ନ 5 ଟାରୁ ରାତି 9 ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ABOUT THE AUTHOR

...view details