ଓଡିଶା

odisha

ETV Bharat / state

ଧର୍ମେନ୍ଦ୍ର ସାହୁ ମୃତ୍ୟୁ ଘଟଣା: ଗଣଶିକ୍ଷା ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେପି - ଗଣଶିକ୍ଷା ମନ୍ତ୍ରୀଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ

ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକୁ ନେଇ ତେଜୁଛି ରାଜନୀତି । ପୁରୀ ଜିଲ୍ଲା ଗୋପ ବ୍ଲକ ବିଜେପି ଏନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରି କୁଶପୁତ୍ତଳିକା ଦାହ କରିଛି । ଅଧିକ ପଢ଼ନ୍ତୁ

ଧର୍ମେନ୍ଦ୍ର ସାହୁ ମୃତ୍ୟୁ ଘଟଣା: ଗଣଶିକ୍ଷା ମନ୍ତ୍ରୀଙ୍କ କୁଶପୁତଳିକା ଦାହ କଲା ବିଜେପି
ଧର୍ମେନ୍ଦ୍ର ସାହୁ ମୃତ୍ୟୁ ଘଟଣା: ଗଣଶିକ୍ଷା ମନ୍ତ୍ରୀଙ୍କ କୁଶପୁତଳିକା ଦାହ କଲା ବିଜେପି

By

Published : Sep 26, 2022, 9:30 AM IST

ପୁରୀ: ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକୁ ନେଇ ତେଜୁଛି ରାଜନୀତି । ରବିବାର ଘଟଣାର ନିରପେକ୍ଷ ତଦନ୍ତ ସହ ମନ୍ତ୍ରୀ ସମୀର ଦାସଙ୍କ ସମ୍ପୃକ୍ତି ନେଇ ଖୁଲାସା କରିବା ପାଇଁ ଡିସିପିଙ୍କ ଆଗରେ ଦାବି ରଖିଛି ବିଜେପି । ଭୁବନେଶ୍ବର ସାଙ୍ଗଠନିକ ଜିଲ୍ଲା ବିଜେପି ପକ୍ଷରୁ ଏନେଇ ରବିବାର ରାମ ମନ୍ଦିର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ଏଥିରେ ସମ୍ପୃକ୍ତି ନେଇ ବିଜେପି ଅଭିଯୋଗ କରିଛି । ସେପଟେ ପୁରୀ ଜିଲ୍ଲା ଗୋପ ବ୍ଲକ ବିଜେପି ଏନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରି କୁଶପୁତ୍ତଳିକା ଦାହ କରିଛି ।

ଧର୍ମେନ୍ଦ୍ର ସାହୁ ମୃତ୍ୟୁ ଘଟଣା: ଗଣଶିକ୍ଷା ମନ୍ତ୍ରୀଙ୍କ କୁଶପୁତଳିକା ଦାହ କଲା ବିଜେପି

ପୁରୀ ଜିଲ୍ଲା ଗୋପ ବ୍ଲକର ୧୧ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଶନିବାର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା । ଶିଶୁପାଳଗଡ ଲକ୍ଷ୍ମୀବିହାର ସ୍ଥିତ ଘରୁ ତାଙ୍କ ମୃତଦେହ ଉଦ୍ଧାର କରିଥିଲା ପୋଲିସ । ତେବେ ଏହା ଆତ୍ମହତ୍ୟା ନା ହତ୍ୟା ତାହା ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ । ଏହା ପଛରେ ପରୋକ୍ଷ ବା ପ୍ରତ୍ୟକ୍ଷରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କର ସମ୍ପୃକ୍ତି ଥିବା ନେଇ ଚର୍ଚ୍ଚା ହେଉଛି । ମୃତ୍ୟୁ ପୂର୍ବରୁ ତାଙ୍କର ଦୁଇଟି ଫୋନରେ ଅନେକ ଗୁମର ଥିବା ସେ ଫେସବୁକରେ ଭିଡିଓ ମାଧ୍ୟମରେ କହିଥିଲେ । କୌଣସି ରାଜନୈତିକ ବିବାଦରୁ ତାଙ୍କ ଘରେ ଝଡ଼ ସୃଷ୍ଟି ହୋଇଥିବା ମଧ୍ୟ କହିଥିଲେ ।

ଧର୍ମେନ୍ଦ୍ରଙ୍କ ମୃତ୍ୟୁକୁ ନେଇ ରାଜ୍ୟ ରାଜନୀତି ତେଜିବାରେ ଲାଗିଛି । ରବିବାର ଘଟଣାର ନିରପେକ୍ଷ ତଦନ୍ତ ସହ ମନ୍ତ୍ରୀ ସମୀର ଦାସଙ୍କ ସମ୍ପୃକ୍ତି ନେଇ ଖୁଲାସା କରିବା ପାଇଁ ଡିସିପିଙ୍କ ଆଗରେ ଦାବି ରଖିଛି କଂଗ୍ରେସ । ଏଥିରେ ଯିଏ ସମ୍ପୃକ୍ତ ଥିବେ, ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଦାବି କରିଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟ । ଧର୍ମେନ୍ଦ୍ରଙ୍କ ମୋବାଇଲକୁ ସମ୍ପୂର୍ଣ୍ଣ ଯାଞ୍ଚ କରିବାକୁ ମଧ୍ୟ ଦାବି କରିଛି କଂଗ୍ରେସ ।

ସେହିଭଳି ଭୁବନେଶ୍ବର ସାଙ୍ଗଠନିକ ଜିଲ୍ଲା ବିଜେପି ପକ୍ଷରୁ ବିଜେପି କାର୍ଯ୍ୟାଳୟରୁ ଏକ ପ୍ରତିବାଦ ରାଲି ବାହାରି ରାମ ମନ୍ଦିର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁରେ ଗଣଶିକ୍ଷାମନ୍ତ୍ରୀ ସମୀର ଦାସଙ୍କ ସମ୍ପୃକ୍ତି ନେଇ ବିଜେପି ଅଭିଯୋଗ କରିଛି । ମନ୍ତ୍ରୀଙ୍କୁ ତଦନ୍ତ ପରିସର ଭୁକ୍ତ କରିବା ପାଇଁ ରବିବାର ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଏହି ବିକ୍ଷୋଭ କରାଯାଇଛି । ସେହିଭଳି ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ବିଜେପି । ଯଦି ମନ୍ତ୍ରୀଙ୍କର ଏଥିରେ କୌଣସି ସମ୍ପୃକ୍ତି ନାହିଁ ତେବେ ସେ କାହିଁକି ଗଣମାଧ୍ୟମ ଆଗରେ ଉତ୍ତର ରଖିଲେ ନାହିଁ ବୋଲି ପ୍ରଶ୍ନ କରିଛନ୍ତି ଭୁବନେଶ୍ବର ଯୁବ ବିଜେପି ସଭାପତି ସ୍ବୟଂ ସେବକ ରାୟ ।

ସେପଟେ ଏହି ଘଟଣାରେ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ଭୂମିକା ସନ୍ଦେହ ଜନକ ଥିବାରୁ ତାଙ୍କୁ ପୋଲିସ ତଦନ୍ତ ପରିସର ଭୁକ୍ତ କରି ଉପଯୁକ୍ତ ତଦନ୍ତ କରୁ ବୋଲି ଗୋପ ବିଜେପି ପକ୍ଷରୁ ଦାବି କରାଯାଇଛି । ଏନେଇ ଗୋପ ବିଜେପିର କର୍ମକର୍ତ୍ତାମାନେ ଗୋପ ବଜାରରେ ନିମାପଡା ନିର୍ବାଚନ ମଣ୍ଡଳୀ ବିଧାୟକ ତଥା ରାଜ୍ୟ ଗଣଶିକ୍ଷା ମନ୍ତ୍ରୀଙ୍କ କୁଶପୁଳିକା ଦାହ କରିବା ସହିତ ଗୋପ ଥାନାରେ ମନ୍ତ୍ରୀଙ୍କ ବିରୋଧରେ ହତ୍ୟା ଅଭିଯୋଗ କରିଛନ୍ତି । ଏହି ବିକ୍ଷୋଭ ବେଳେ ନିମାପଡା ନିର୍ବାଚନ ମଣ୍ଡଳୀର ଯୁବ ନେତା ଦିଲିପ ନାୟକ, ପୂର୍ବତନ 21 ନଂ ଜିଲ୍ଲା ପରିଷଦ ସଭ୍ୟ ପୁର୍ଣ୍ଣଚନ୍ଦ୍ର ଓଝା, ଯୁବମୋର୍ଚା ସଭାପତି ଶିବ ପ୍ରସାଦ ସ୍ବାଇଁଙ୍କ ସମସ୍ତ ବିଜେପିର କର୍ମକର୍ତ୍ତାମାନେ ଉପସ୍ଥିତ ରହିଥିଲେ ।

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details